ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ

ବାଲିଆପାଳ, ୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଢାବା ମାଲିକ ସାବୁଦ୍ଦିନ ଶାହାଙ୍କୁ ପୋଲିସ ଗିରଫ ନ କରିବା ବିଡମ୍ବନା। ଏହି ଘଟଣାରେ ସମ୍ପୃକ୍ତ ନ ଥିବା ନିରୀହ ଲୋକଙ୍କୁ ପୋଲିସ ଗିରଫ କରି ଜେଲ ହାଜତକୁ ପଠାଇବା ଅନ୍ୟାୟ। ଏଚ୍‌ଆରପିସି ତଦନ୍ତ ପାଇଁ ଯଥେଷ୍ଟ ନହେଁ ା ଘଟଣାର ନିରପେକ୍ଷ ତଦନ୍ତ ସିବିଆଇ ଭଳି ସଂସ୍ଥା କଲେ ସମସ୍ତ ସତ୍ୟତା ଲୋକଲୋଚନକୁ ଆସିପାରିବ ବୋଲି କେନ୍ଦ୍ର କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ, ମତ୍ସ୍ୟ, ଗୋପାଳନ ବିଭାଗ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଗୁରୁବାର ସନ୍ଧ୍ୟାରେ ବାଲିଆପାଳ ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ଆୟୋଜିତ ଦଳୀୟ କର୍ମୀ ସମାବେଶ ଓ ନାଗରିକ ସମ୍ବର୍ଦ୍ଧନା ସଭାରେ ମତବ୍ୟକ୍ତ କରିଛନ୍ତି ା ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି, ଜିଲା ମହିଳା ମୋର୍ଚ୍ଚା ପ୍ରଭାରୀ ସିପ୍ରା ବାଜପେୟୀ, ଦଳର ଉପସଭାପତି ପର୍ଶୁରାମ ବେହେରା, ବରିଷ୍ଠ ନେତା ଅରବିନ୍ଦ ବେହେରା, ବିକାଶ ଗିରି, ମହେଶ୍ୱର ଜେନା, ସତ୍ୟାନନ୍ଦ ମହାନ୍ତି, ଶିବଶଙ୍କର ପ୍ରଧାନ, ସୁବଳଚନ୍ଦ୍ର ଦାସ, ସତ୍ୟଜିତ ମିଶ୍ର, ନନି ଗୋପାଳ ଦାସ, ରବୀନ୍ଦ୍ର ଜୈନ, ଉମାକାନ୍ତ ମହାପାତ୍ର, ଖଗେନ୍ଦ୍ର ନାୟକ ଓ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ା ପ୍ରାରମ୍ଭରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ମନ୍ତ୍ରୀ ଷଡଙ୍ଗୀକୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ା ପୂର୍ବତନ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ସଭାରେ ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି ବାଲିଆପାଳରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ସୁଧାରିବା ପାଇଁ ମନ୍ତ୍ରୀଙ୍କର ଦୃଷ୍ଟି ଆର୍କଷଣ କରିଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ମଧ୍ୟ ବସ୍ତା ନିର୍ବାଚନ ମଣ୍ଡଳୀର ସମସ୍ତ ସମସ୍ୟା କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସବୁ ସମସ୍ୟାର ସମାଧାନ ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ସମୀକ୍ଷା କରିବା ପାଇଁ ଦଳ ସ୍ତରରେ ଏକ କମିଟି ଗଠନ କରାଯାଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ପ୍ରକାଶ କରିଥିଲେ ା ଏଥିପାଇଁ ନିରନ୍ତର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri