ଖୋଲାବଜାରରେ ଗହମ ବିକୁଛି ଏଫ୍‌ସିଆଇ

ଭୁବନେଶ୍ୱର,୧୪।୧୦ (ଅଭୟ ଦାଶ): ବିଗତ କିଛି ମାସ ହେଲା ଖୋଲା ବଜାରରେ ଗହମ ଅଭାବ ଦେଖାଦେଇଛି। ଫଳରେ ଗହମ ଜାତୀୟ ଖାଦ୍ୟ ପଦାର୍ଥ ସାଙ୍ଗକୁ ଅଟାର ମୂଲ୍ୟ ବୃଦ୍ଧି ହୋଇପାରେ ବୋଲି ବଜାର ବିଶେଷଜ୍ଞମାନେ ସରକାରଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ମହଲରେ ନିବେଦନ କରାଯାଇଛି। ଫଳରେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ପକ୍ଷରୁ ଖୋଲାବଜାରରେ ଗହମ ବିକ୍ରି ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଅଗଷ୍ଟରୁ ଏଫ୍‌ସିଆଇ କ୍ରମାଗତ ଭାବେ ଖୋଲା ବଜାରରେ ଗହମ ବିକ୍ରି କରୁଛି। ସେହିଭଳି ଦେଶରେ ଖାଦ୍ୟ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ନିମନ୍ତେ କେନ୍ଦ୍ର ସରକାର ଉଦ୍ୟମ ଜାରି ରଖିଛନ୍ତି। ବଜାର ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆଗକୁ ପାର୍ବଣ ଥିବାରୁ ଦେଶରେ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିପାରେ ବୋଲି ଆକଳନ କରାଯାଉଛି। ମୁଦ୍ରାସ୍ଫୀତି ବୃଦ୍ଧିକୁ ନଜରରେ ରଖି କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ ସହ ସତର୍କ ରହିବାକୁ ଉଭୟ ମନ୍ତ୍ରଣାଳୟ ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏ ସମ୍ପର୍କରେ ଖାଦ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ କହିଛନ୍ତି, ଏଫ୍‌ସିଆଇ ଇ-ନିଲାମ ଜରିଆରେ ଗହମ ବିକ୍ରି କରୁଥିବାବେଳେ ୨୦୨୩ ସେପ୍ଟେମ୍ବର ଶେଷ ସୁଦ୍ଧା ଏଫ୍‌ସିଆଇ ଷ୍ଟକ୍‌ରୁ ୨.୩୭ ନିୟୁତ ଟନ୍‌ ଗହମ ବିକ୍ରି କରିଛନ୍ତି। ବିଶେଷକରି ପାର୍ବଣ ପୂର୍ବରୁ ବଜାରରେ ଅଟା ଦର ନିୟନ୍ତ୍ରଣ ନିମନ୍ତେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଏପରିକି ପ୍ରଥମରୁ ଦର ନିୟନ୍ତ୍ରଣ କରି ଦିଆଗଲେ ଆଗାମୀ ଦିନରେ ଗହମ ଓ ଅଟାର ମୂଲ୍ୟ ବୃଦ୍ଧି ଦେଖିବାକୁ ମିଳିବ ନାହିଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଆଶା କରାଯାଉଛି। ଉଲ୍ଲେଖଯୋଗ୍ୟ,୨୦୨୩ ଅଗଷ୍ଟରେ ଗହମର ଖୁଚୁରା ମୁଦ୍ରାସ୍ଫୀତି ହାର ୯.୩ ରୁ ହ୍ରାସ ହୋଇ ୭.୯୩% ହୋଇଛି। ସୂଚନା ମୁତାବକ ଖାଦ୍ୟ ସମଗ୍ରୀ ମୂଲ୍ୟ ହ୍ରାସ ଯୋଗୁ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ଗତ ୩ ମାସର ସର୍ବନିମ୍ନସ୍ତର ୫.୨%କୁ ହ୍ରାସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri