ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ ମିନିଟ ପିଛା ୧୩୪ କ୍ୟୁମେକ୍ସ ପାଣି ହାତୀନଦୀରେ ପ୍ରବେଶ କରୁଛି। ହାତୀନଦୀରେ ୨୦୯.୫୭ ମିଟର ପାଣି ପ୍ରବାହିତ ହେବା ବିପଦ ସଙ୍କୁଳ ରହିଥିବାବେଳେ ଗୁରୁବାର ସନ୍ଧା ୬ଟା ସୁଦ୍ଧା ଜୁନାଗଡ ସହର ପାଖ ହାତୀନଦୀରେ ୨୦୮.୭୩ ମିଟର ପାଣି ପ୍ରବାହିତ ହେଉଛି। ସେହିପରି ବର୍ତ୍ତମାନ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀରେ ବିଦ୍ୟୁତ୍‌ ଉପତ୍ାଦନ ମଧ୍ୟ ବନ୍ଦ ରହିଥିବା ଜଣାପଡିଛି। ହାତୀନଦୀରେ ବଢି ଆସିବା ଯୋଗୁ ଜୁନାଗଡ ବ୍ଲକର ୫୫୩୨ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ସେହିପରି ୩୧୨ ହେକ୍ଟର ଚାଷ ବିହୀନ ଜମି ଜଳ ମଗ୍ନ ହୋଇଥିବା କୃଷି ବିଭାଗ ପକ୍ଷରୁ ଜଣାପଡିଛି। ହାତୀନଦୀ ବନ୍ୟାରେ ଜୁନାଗଡ ବ୍ଲକର ୭୫ ହଜାର ଲୋକ ପ୍ରଭାଭିତ ହୋଇଥିବା ତହସିଲ ପକ୍ଷରୁ ସୂଚନା ମିଳିଛି।
କେନ୍ଦୁପାଟି ପଞ୍ଚାୟତ ମାକରଶୋଲାଠାରେ ତେଲନଦୀରେ ୨୦୮ ମିଟର ପାଣି ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କୁଳ ରହିଥିବାବେଳେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୨୦୭.୧୫ ମିଟର ପାଣି ପ୍ରବାହିତ ହେଉଛି। ସେହିପରି ବ୍ଲକର ଗୌଡଛେଣ୍ଡିଆ ପଞ୍ଚାୟତ କଛାରପଡା ବାହ୍ୟଜଗରୁ ବିଚ୍ଛିନ୍ନ ହୋଇଛି। ଲଗାଣ ବର୍ଷା ଯୋଗୁ ଗତ ୨ ଦିନରେ ଜୁନାଗଡ ତହସିଲର ୨୨ଟି ଘର ଭାଙ୍ଗିଥିବା ଜଣାପଡିଛି। ମଙ୍ଗଳବାର ପ୍ରବଳ ବର୍ଷାରେୁ ଜୁନାଗଡ ସହର ତଳିଆଅଞ୍ଚଳ ଫତେନଗରପଡା ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଚାଲିଥିଲା। ଏଠାରେ ଡ୍ରେନଜ ବ୍ୟବସ୍ଥା ଠିକ ନ ଥିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଧବାର କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା ସମେତ ବିଭାଗୀୟ ଯନ୍ତ୍ରୀମାନେ ଅନୁଧ୍ୟାନ କରିବାକୁ ଫତେନଗର ପଡାକୁ ଆସିଥିଲେ। ବର୍ଷା ପାଣି ଠିକ ଭାବେ ଡ୍ରେନରେ ଯାଇପାରିବ ସେ ନେଇ ଜିଲାପାଳ ଯନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଏହାସହ ଡ୍ରେନଗୁଡିକର ପୁନରୁଦ୍ଧାର କରିବା ପାଇଁ ଜିଲାପାଳ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri