Odisha Elections 2024

ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ କରୁଥିବା ଠିକାସଂସ୍ଥା ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଏହି କାମ ଗୁଡିକ ଅତି ନିମ୍ନମାନର ହେଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ଶନିବାର ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ବଇଣ୍ଡା ଅଞ୍ଚଳରେ ଚାଲୁଥିବାବେଳେ ଉଭୟ ପାର୍ଶ୍ୱରେ ୫୦ ପ୍ରତିଶତ ଡ୍ରେନ୍‌ କାମ ଶେଷ ହୋଇଛି। ହେଲେ ସେ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ଗୋଟିଏ ପରେ ଗୋଟିଏ ସ୍ଥାନରୁ ଭାଙ୍ଗିବାକୁ ଲାଗିଛି। ଶୁକ୍ରବାର ପୁଣି ଅନୁଗୋଳ ସଂଯୁକ୍ତ ବ୍ୟାଙ୍କ ବଇଣ୍ଡା ଶାଖା ନିକଟ ଡ୍ରେନ ଭାଙ୍ଗିଯାଇଛି। ବିଶେଷ କରି ଆବଶ୍ୟକ ପରିମାଣର ରଡ୍‌ ଲଗାଯାଉ ନ ଥିବାରୁ ଡ୍ରେନ ଗୁଡିକ ଭାଙ୍ଗିବାକୁ ବସିଛି। ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। କିଛିଦିନ ତଳେ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ନିକଟରେ ନିର୍ମାଣ ହୋଇଥିବା ଡ୍ରେନର ଛାତ ଭୁଶୁଡି ପଡିଥିବାବେଳେ ଠିକାସଂସ୍ଥା ପକ୍ଷରୁ ମରାମତି କରା ନ ଯାଇ ବିପଦ ଫଳକ ମାରି ଦିଆଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଡ୍ରେନ୍‌ ଭାଙ୍ଗି ଯାଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀ କହିଛନ୍ତି, କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ୪ ଲେନ ରାସ୍ତା କାମ ବଇଣ୍ଡା ଅଞ୍ଚଳରେ କରାଯାଉଛି। ବହୁ ବିଳମ୍ବରେ କାମ ଚାଲୁଥିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନ କାର୍ଯ୍ୟ ସମାପ୍ତ ହୋଇନାହିଁ। ବିଶେଷ କରି ବଇଣ୍ଡା ଅଞ୍ଚଳରେ ନିର୍ମାଣ ହୋଇଥିବା ଡ୍ରେନ ଗୁଡିକରେ ଆବଶ୍ୟକ ପରିମାଣର ରଡ୍‌ ଲଗାଯାଉ ନାହିଁ। ବିଳମ୍ବିତ ରାତିରେ ଏହି କାମ ଗୁଡିକ କରାଯାଉଥିବାବେଳେ ଜାତୀୟ ରାଜପଥ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ରହୁ ନ ଥିବା ଯୋଗୁ ଠିକାସଂସ୍ଥା ଅତି ନିମ୍ନମାନର କାମ କରୁଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ପୂର୍ବରୁ ବଇଣ୍ଡା ଗ୍ରାମବାସୀ ବହୁବାର ଠିକାସଂସ୍ଥାଠାରୁ ଆରମ୍ଭ କରି ଜିଲା ପ୍ରଶାସନଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ଠିକାସଂସ୍ଥାର ପରିଚାଳକ ଜିତେନ୍ଦ୍ର ବେହେରାଙ୍କୁ ପଚାରିବାରୁ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri