କୋଟିଏ ଟଙ୍କାର ବ୍ରାଉନସୁଗାର ସହ କାର୍‌ ଜବତ, ଜଣେ ଗିରଫ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ର ଜିରୋ ଟଲେରାନ୍ସ ରକ୍ଷା କରିବାକୁ ଧଳା ଜହର କାରବାର ଉପରେ ଧରପଗଡ଼ କରୁଛି। ଏହି ଟିମ୍‌ ରବିବାର ରାତିରେ ଟାଉନ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ଏକ କାର୍‌ ଜବତ କରିଛି। ତାଙ୍କ ନାମ ଦେବାନନ୍ଦ ସାମଲ (୩୭) ଓ କେନ୍ଦୁଝର ଜୁଡିସିଆଲ କୋର୍ଟରେ ସେ ପିଅନ ଭାବେ କାମ କରୁଥିଲେ ବୋଲି ଜଣାପଡ଼ିଛି। ଟାଉନ ଥାନା ଅନ୍ତର୍ଗତ ସିଲୁଆଁ ଗ୍ରାମ ନିକଟରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ୫୨୦ଗ୍ରାମର ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌।

ସୂଚନାନୁଯାୟୀ, ମାରୁତି କାର୍‌ରେ ଏହି ଧଳାଜହର କାରବାର ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଟାଉନ ଥାନା ପୋଲିସ ସହାୟତାରେ ଚଢାଉ କରିଥିଲେ। ବ୍ରାଉନସୁଗାର ସହିତ ଦେବାନନ୍ଦ ସାମଲଙ୍କୁ ଧରି ଟାଉନ ଥାନାକୁ ହସ୍ତାନ୍ତର କରିଥିଲେ। ତାଙ୍କଠାରୁ ଜବତ କରାଯାଇଥିବା ବ୍ରଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟିରୁ ଅଧିକ ହେବ ବୋଲି ସୂଚନା ମିଳିଛି । କେସ୍‌ ନମ୍ବର ୩୮୦/୨୩ରେ ଏକ ମାମଲା ରୁଜୁ କରି ଏସ୍‌ଟିଏଫ୍‌ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri