କିଶୋରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ନିକଟରେ ଚାଇନାର ହାଙ୍ଗଝୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା-୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍‌ ଅଲିମ୍ପିକ୍ସ-୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍‌ ତାରକା କିଶୋର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ଜାଭେଲିନ୍‌ ଥ୍ରୋ କରି ରୌପ୍ୟ ପଦକ ପାଇଥିଲେ।
କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇଛନ୍ତି ଏବଂ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ ସେ ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିବା ସହ ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ବୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି I ଏଥିସହ କ୍ରୀଡ଼ାବିତ୍‌ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରିତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।
ବିଶ୍ୱ ଆଥ୍‌ଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍‌ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି I ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟିଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ବୀକୃତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ I କିଶୋର କ୍ରମାଗତ ଭାବରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri