ଅଧା ଦିନ ବନ୍ଦ, ଯାତ୍ରୀ ହନ୍ତସନ୍ତ

କେନ୍ଦୁଝର,୧୮।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୌରପାଳିକା ଅଧୀନ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଅନତି ଦୂର ସରକାରୀ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ସୁଲଭ ଶୌଚାଳୟରେ ପାଣି ସମସ୍ୟା ଲାଗି ରହିଛି। ଫଳରେ ଦିନର ଅଧାରୁ ଅଧିକ ସମୟ କାମରେ ଲାଗୁ ନ ଥିବା ବେଳେ ଯାତ୍ରୀ ଓ ସ୍ଥାନୀୟ ଲୋକେ ହନ୍ତସନ୍ତ ହେଉଛନ୍ତି। ଏ ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ହୋଇଥିଲେ ବି ସମସ୍ୟାର ସମାଧାନ ହେଉ ନଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି।
ସୂଚନା ଅନୁଯାୟୀ, ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଛକରେ ସରକାରୀ ବସ୍‌ଷ୍ଟାଣ୍ଡ ବ୍ୟତିତ ଏକାଧିକ ଘରୋଇ ବସ୍‌ଷ୍ଟପ ରହିଛି। ଏଣୁ ଯାତ୍ରୀ ତଥା ଅନ୍ୟ ସ୍ଥାନୀୟ ଲୋକମାନେ ଏହି ଶୌଚାଳୟ ଉପରେ ନିର୍ଭର କରିଥାନ୍ତି। ଶୌଚାଳୟକୁ ଆଗରୁ ଘରୋଇ ସଂସ୍ଥା ପରିଚାଳନା କରୁଥିଲା। ଏବେ ପୌର ପ୍ରଶାସନ ଲୋକଙ୍କଠାରୁ ଫି ଆଦାୟ କରି ସେବା ଯୋଗାଇଆସୁଛି। ଏଠାରେ ସ୍ଥାୟୀ ପାଣି ସୁବିଧା ନ ଥିବାରୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ ହେଉଥିଲା। ତେବେ କିଛି ମାସ ହେଲା ଟ୍ୟାଙ୍କର ପାଣି ଯୋଗାଣ ବନ୍ଦ ହୋଇଯାଇଥିବାରୁ ଅଧା ଦିନ ଶୌଚାଳୟ ବନ୍ଦ ରହୁଛି। ଯେବେ ପାଇପରେ ପାଣି ଆସୁଛି ଶୌଚାଳୟ କାର୍ଯ୍ୟକ୍ଷମ ହେଉଛି। ବିଶେଷତଃ ସକାଳୁ କିଛି ଘଣ୍ଟା ଜଳ ଯୋଗାଣ ହୋଇଥାଏ। ବିଦ୍ୟୁତ୍‌ କାଟ ହେଲେ ଜଳ ଯୋଗାଣ ବନ୍ଦ ପରେ ଅପେକ୍ଷା କରିଥିବା ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ପାଖରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ବିଶେଷ କରି ମହିଳାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଅଯଥା ଖର୍ଚ୍ଚାନ୍ତ ହୋଇ ହୋଟେଲକୁ ଯିବାକୁ ବାଧ୍ୟ ହେଉଛନ୍ତି ବୋଲି ଜିଲା ମୁଖ୍ୟାଳୟକୁ କାମରେ ଆସି ହିନସ୍ତା ହୋଇଥିବା କରୁଣାକର ସାହୁ କହିଛନ୍ତି। ପୌରପାଳିକା ନିର୍ବାହୀ ଅଧିକାରିଣୀ ଡା. ମଧୁସ୍ମିତା ସାମାନ୍ତରାୟ କହିଛନ୍ତି, ତୁରନ୍ତ ପାଣି ସମସ୍ୟା ଦୂର କରାଯାଇ ଶୌଚାଳୟକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ପଦକ୍ଷେପ ନିଆଯାଉଛି।
ଅନ୍ୟପକ୍ଷେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ବେୟରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନିର୍ମାଣ ହୋଇଥିବା ଶୌଚାଳୟ ମଧ୍ୟ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡ଼ିଛି। ପରିସରରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଥିବାରୁ ଏହାକୁ ଭାଙ୍ଗି ଦିଆଯାଉ, ନଚେତ କାର୍ଯ୍ୟକ୍ଷମ କରାଯାଉ ବୋଲି ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri