ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସମ୍ମାନ

କଟକ ଅଫିସ, ୯।୮: ଲୋକପ୍ରିୟ ବିଜ୍ଞାନ ଲେଖିକା ତଥା ଶିଶୁ ସାହିତି୍ୟକା ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କୁ ବିଜ୍ଞାନ ପ୍ରଚାର ସମିତିର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବକ୍ତୃତା କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଫେସର ଡା. ବାସୁଦେବ କର ଏହି ସମ୍ମାନ ପ୍ରଦାନ କରିଥିଲେ। ବିଜ୍ଞାନ ଓ ବୈଷୟିକ ଜ୍ଞାନ କୌଶଳକୁ ପିଲାମାନଙ୍କ ମଧ୍ୟରେ ଆଦୃତ କରାଇବା ଲକ୍ଷ୍ୟରେ ଡ. ମହାନ୍ତି ଇତିମଧ୍ୟରେ ୪୦ରୁ ଊର୍ଦ୍ଧ୍ୱ ବିଜ୍ଞାନ ଭିତ୍ତିକ ପୁସ୍ତକ ରଚନା କରିସାରିଛନ୍ତି। ପୂର୍ବରୁ ସେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ଜାତୀୟ ବିଜ୍ଞାନ ପୁରସ୍କାର, ଓଡ଼ିଶା ସାହିତ୍ୟ ଏକାଡେମୀ, ନାଇଜର, ଜଗତ୍‌ସିଂହପୁର ସାହିତ୍ୟ ପରିଷଦ ଆଦି ଅନେକ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ ହୋଇସାରିଛନ୍ତି। ଏହି ଅବସରରେ ବିଜ୍ଞାନ ପ୍ରଚାର ସମିତି ସଭାପତି ପ୍ରଫେସର ଡା. ସୁଦର୍ଶନ ପଟ୍ଟନାୟକ, ବୈଜ୍ଞାନିକ ଡ. କର୍ମଦେବ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri