ଗଜପତିରେ ‘ଲକ୍ଷ୍ମୀ’: ଚାଲିଲା ୩୬ ବସ୍‌

ଭୁବନେଶ୍ୱର, ୨୧ା୧୦ (ଅନିଲ ଦାସ)/ ପାରଳାଖେମୁଣ୍ଡି (ଗିରିଧାରୀ ପରିଚ୍ଛା): ମାଲକାନଗିରି ଜିଲା ପରେ ଗଜପତି ଜିଲାରେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍‌ ଚାଲିବ। ଏଥିରେ ମିଶନ ଶକ୍ତି ସଦସ୍ୟଙ୍କୁ ବସ୍‌ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରୀଛାତ୍ର ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲା ଗସ୍ତବେଳେ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ଜଣାପଡ଼ିଥିଲା। ଏହାପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଯାଇଛି। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହି ଯୋଜନା ରୂପାନ୍ତର ଆଣିବ। ଗାଁକୁ ଗାଁ ସହିତ ଯୋଡ଼ିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜଭୁତ ହେବ। ଏହାଦ୍ୱାରା ଆମର ଅର୍ଥନୀତି ମଧ୍ୟ ଆହୁରି ଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ମାଲକାନଗିରି ଓ ଗଜପତି ସହିତ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲାରେ ବସ୍‌ ଚାଲିବ। ଗଜପତିରେ ୩୬ଟି ବସ୍‌ ଚଳାଚଳ ଆରମ୍ଭ କରାଯାଇଛି। ଗଜପତି ଜିଲାର ୭ ବ୍ଲକର ୧୨୬ ପଞ୍ଚାୟତକୁ ବସ୍‌ ସୁବିଧା ହୋଇଛି। ଏହି ଯୋଜନା ପାଇଁ ଗଜପତିରେ ୬୯ଟି ନୂଆ ବସ୍‌ ଷ୍ଟପେଜ୍‌ ତିଆରି କରାଯାଇଛି। ପୂର୍ବରୁ ଥିବା ୬୪ଟି ବସ୍‌ ଷ୍ଟପେଜର ଉନ୍ନତୀକରଣ କରାଯାଇଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡ଼ିବ। ଘର ପାଖକୁ ଆସିବ ବସ୍‌। ପିଲାଙ୍କୁ ସ୍କୁଲ, କଲେଜ ସହିତ ଯୋଡ଼ିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ। ଏବେ ଆମ ରାଜ୍ୟରେ ଗାଁର ବିକାଶ ପାଇଁ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଚାଲିଛି। ଖୁବ୍‌ଶୀଘ୍ର ଗଜପତି ଜିଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ଗାଁରେ ମିଳିବ ସହରର ସୁବିଧା। ବ୍ୟାଙ୍କିଂ, ଇଣ୍ଟରନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ସଂସ୍କୃତିର ମଧ୍ୟ ପ୍ରସାର ହେବ। ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ଗଜପତିର ବିକାଶ ଆହୁରି ଉଜ୍ଜ୍ୱଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ଓଡ଼ିଶାର ସାଢ଼େ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀଙ୍କ ପରିବାର। ସେମାନେ ଯେପରି ଭଲରେ ରହିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଚିନ୍ତାକରି ଆସୁଛନ୍ତି। ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ନୂଆ ନୂଆ ଯୋଜନା କରୁଛନ୍ତି। ଲକ୍ଷ୍ମୀ ବସ୍‌ ଯୋଜନା ଗାଁର ଯୋଗାଯୋଗ ବ୍ୟବସ୍ଥାରେ ରୂପାନ୍ତର ଆଣିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ କେ. ନାରାୟଣ ରାଓ, ଜିଲା ପରିଷଦ ସଭାପତି ଜି. ତିରୁପତି ରାଓ ଓ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷା ମାରିୟାମ ରାୟତ ପ୍ରମୁଖ ମତବ୍ୟକ୍ତ କରି ରାଜ୍ୟ ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri