ଇସ୍ପାତ ସହରରେ ଆଜି ମହାଷ୍ଟମୀ

ରାଉରକେଲା,୨୨।୧୦(ସଙ୍ଗୀତା ଜେନାଶାରଦୀୟ ଦୁର୍ଗାପୂଜା ପାଇଁ ଇସ୍ପାତ ନଗରୀ ରାଉରକେଲା ଚଳଚଞ୍ଚଳ ହୋଇପଡିଛି। ସହରରେ ଷ୍ଟିଲ୍‌ ଟାଉନଶିପ୍‌, ସିଭିଲ ଟାଉନଶିପ୍‌ ଓ ଫର୍ଟିଲାଇଜର ଟାଉନଶିପ୍‌ ଆଦି ସମୁଦାୟ ୧୦୮ଟି ସ୍ଥାନରେ ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ପୂଜା ଆୟୋଜନ ହୋଇଛି। ପୂଜାକୁ ଆକର୍ଷଣୀୟ କରିବା ପାଇଁ ରଙ୍ଗବେରଙ୍ଗ ଆଲୋକମାଳାରେ ସହରକୁ ସଜ୍ଜିତ କରାଯାଇଛି। ବିଭିନ୍ନ ରାଜ୍ୟର ପ୍ରସିଦ୍ଧି ଲାଭ କରିଥିବା ରାଜ ଉଆସ, ମନ୍ଦିର ଓ ବୈଜ୍ଞାନିକ ଉପକରଣକୁ ତୋରଣ ଭାବେ ତିଆରି କରାଯାଇଛି। ଶୁକ୍ରବାର ରାତିରେ ମଣ୍ଡପଗୁଡିକରେ ମା’ଙ୍କ ବିଲ୍ବବରଣ ସହ ଶନିବାର ସକାଳେ ୭ମୀ ପୂଜା ହୋଇଛି। ଏହି ଅବସରରେ କଳସ ଯାତ୍ରା ହୋଇଥିଲା। ପୂଜା ଦେଖିବା ପାଇଁ ବିଭିନ୍ନ ମଣ୍ଡପରେ ପ୍ରବଳ ଗହଳି ହୋଇଥିଲା। ଭିଡ଼ ନିୟନ୍ତ୍ରଣ ପାଇଁ ୨୪ ପ୍ଲାଟୁନ ଫୋର୍ସ, ୧ୟୁନିଟ୍‌ ଡିଭିଏଫ୍‌, ୪ଶହ ହୋମଗାର୍ଡ ମୁତୟନ ହୋଇଛନ୍ତି। ମୁଖ୍ୟ ଜନଗହଳିପୂର୍ଣ୍ଣ ମଣ୍ଡପଗୁଡିକରେ ପୋଲିସ କଣ୍ଟ୍ରୋଲ ରୁମ୍‌ ପ୍ରତିଷ୍ଠା କରାଯାଇଛି। ଏହାକୁ ତଦାରଖ କରିବା ପାଇଁ ୧୧ ଜଣ ଡିଏସ୍‌ପି, ୩ଜଣ ଅତିରିକ୍ତ ଏସପି, ୯୨ ଜଣ ଥାନାଧିକାରୀ ଓ ସବ୍‌ଇନସ୍ପେକ୍ଟର ରହିବେ ବୋଲି ଏସ୍‌ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ଏହାବ୍ୟତୀତ ମଣ୍ଡପରେ ଭକ୍ତଙ୍କ ସୁରକ୍ଷା ପାଇଁ ସିସିଟିଭି ଓ ସ୍ବଚ୍ଛ ପରିମଳ ବଜାୟ ରଖିବାକୁ ପୂର୍ବରୁ ପୂଜା କମିଟିକୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ଲାଗି କୁହାଯାଇଛି ବୋଲି ଏସ୍‌ପି ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri