ଏଲଏସି ମୁହାଁ ଚାଇନା ସୈନ୍ୟ, ବଢ଼ିଲା ଭାରତର ଚିନ୍ତା…

ଓ୍ବାଶିଂଟନ,୨୩।୧୦ : ଆମେରିକାର ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗନ ଏହାର ଏକ ରିପୋର୍ଟରେ ଦାବି କରିଛି ଭାରତ ସହିତ ଉତ୍ତେଜନା ବୃଦ୍ଧି ଜାରି ରଖି ଚାଇନା ୨୦୨୨ରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ନିକଟରେ ଭିତ୍ତିଭୂମି ତଥା ସୈନ୍ୟ ସଂଖ୍ୟା ବୃଦ୍ଧି କରିଛି। ଚାଇନା ସୈନ୍ୟମାନେ ଏଲଏସି ମୁହାଁ ହେବାରେ ଲାଗିଛନ୍ତି। ଏହା ଦ୍ୱାରା ଭାରତର ଚିନ୍ତା ବଢ଼ିବାରେ ଲାଗିଛି।

ଚାଇନା ଡୋକଲାମ ନିକଟରେ ଅନେକ ଷ୍ଟୋରେଜ ସୁବିଧା, ପୋଙ୍ଗଙ୍ଗ ହ୍ରଦ ଉପରେ ଦ୍ୱିତୀୟ ସେତୁ, ବିମାନବନ୍ଦର ଏବଂ ଅନେକ ହେଲିପ୍ୟାଡ ନିର୍ମାଣ କରିଛି। ପେଣ୍ଟାଗନ କହିଛି ପିପୁଲ୍ସ ରିପବ୍ଲିକ ଅଫ ଚାଇନା ରିପୋର୍ଟ-୨୦୨୩ରେ ଉଲ୍ଲେଖ କରାଯାଇଛି ସାମରିକ ଏବଂ ସୁରକ୍ଷା ବୃଦ୍ଧି ହେବା ସହିତ ମେ ୨୦୨୦ ପରେ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି।

ରିପୋର୍ଟ ଅନୁଯାୟୀ, ଚାଇନା ୨୦୨୨ ମସିହାରେ ଏକ ସୀମା ରେଜିମେଣ୍ଟ ନିୟୋଜିତ କରିଥିଲା। ତାଙ୍କୁ ସାହାଯ୍ୟ କରିବା ପାଇଁ ଜିନଜିଆଙ୍ଗ ଏବଂ ତିବ୍ଦତ ସାମରିକ ଜିଲାର ଦୁଇଟି ବିଭାଗ ମଧ୍ୟ ନିୟୋଜିତ କରାଯାଇଛି। ଏହା ସହିତ ପଶ୍ଚିମ ସେକ୍ଟରରେ ଚାରିଟି ମିଳିତ ସଶସ୍ତ୍ର ବ୍ରିଗେଡ ମଧ୍ୟ ନିୟୋଜିତ କରାଯାଇଛି। ପୂର୍ବାଞ୍ଚଳ ସେକ୍ଟରରେ ତିନୋଟି ଏବଂ କେନ୍ଦ୍ରୀୟ ସେକ୍ଟରରେ ତିନୋଟି ବ୍ରିଗେଡ ନିୟୋଜିତ କରାଯାଇଛି। ପରେ ସିଏବିର କିଛି ଅଂଶ ହଟା ଯାଇଛି।

ରିପୋର୍ଟରେ କୁହାଯାଇଛି ଭାରତ ଏବଂ ଚାଇନା ମଧ୍ୟରେ ହୋଇଥିବା ଆଲୋଚନାରେ ସର୍ବନିମ୍ନ ଅଗ୍ରଗତି ହୋଇଛି। ବର୍ତ୍ତମାନ ଚାଇନା ପାଖରେ ୫୦୦ ଆଣବିକ ଅସ୍ତ୍ର ଅଛି। ଚାଇନା ନିଜର ଆଣବିକ ଅସ୍ତ୍ରଶସ୍ତ୍ରର ଭଣ୍ଡାରକୁ ଦ୍ରୁତ ଗତିରେ ବୃଦ୍ଧି କରୁଛି।୨୦୩୦ସୁଦ୍ଧା ଚାଇନା ପାଖରେ ୧୦୦୦ ରୁ ଅଧିକ ପରମାଣୁ ଅସ୍ତ୍ର ରହିବ। ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାକକୁ ନେଇ ପରିସ୍ଥିତି ସ୍ପଷ୍ଟ ହୋଇନାହିଁ। ଏହି କାରଣରୁ ଦୁଇ ଦେଶ ମଧ୍ୟରେ ବାରମ୍ବାର ବିବାଦ ଦେଖାଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri