Odisha Elections 2024

ଭାରତରେ ନିଜ ବ୍ୟବସାୟକୁ ରିଲିଏନ୍ସ କମ୍ପାନୀକୁ ବିକ୍ରିକଲା ଡିଜନୀ: ରିପୋର୍ଟ

ନୂଆଦିଲ୍ଲୀ, ୨୩।୧୦: ଅନେକ ଚର୍ଚ୍ଚା ମଧ୍ୟରେ ଡିଜନୀ ଭାରତରେ ଏହାର ବ୍ୟବସାୟକୁ ଏସିଆ ତଥା ଭାରତର ସବୁଠୁ ଧନୀ ବ୍ୟକ୍ତିଙ୍କ କମ୍ପାନୀ ରିଲାଏନ୍ସକୁ ବିକ୍ରି କରିବା ପାଇଁ ଚୁକ୍ତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଏହି ଚୁକ୍ତି ଅନୁଯାୟୀ ଡିଜନୀ ଷ୍ଟାରର ନିୟନ୍ତ୍ରିତ ଷ୍ଟକ, ରିଲାଏନ୍ସକୁ ପ୍ରାୟ ୧୦ ଆରବ ଡଲାରରେ ମିଳିପାରେ।

ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ୱାଲ୍ଟ ଡିଜନିର ଇଣ୍ଡିଆ ସମ୍ପତ୍ତିର ମୂଲ୍ୟ ପ୍ରାୟ ୭ ରୁ ୮ ବିଲିୟନ ଡଲାରରେ ରଖିଛି ଏବଂ ଆସନ୍ତା ମାସରେ ଏହି ଡିଲ୍ ଘୋଷଣା କରାଯାଇପାରେ। ଏହି ଅଧିଗ୍ରହଣ ଅଧୀନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ର କିଛି ମିଡିଆ ୟୁନିଟ୍ ଡିଜନୀ ଷ୍ଟାର ସହିତ ମିଶ୍ରିତ ହୋଇପାରିବ। ଏହି ଡିଲରେ ଡିଜନୀର ଅଧିକାଂଶ ଅଂଶ ରହିବ ବୋଲି ମଧ୍ୟ ଖବର ରହିଛି।

ଗତକାଲି ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଆଇସିସି ବିଶ୍ୱକପ ମ୍ୟାଚରେ ଡିଜନୀ ଷ୍ଟ୍ରିମିଂ ପ୍ଲାଟଫର୍ମ ହଟଷ୍ଟାରରେ ରେକର୍ଡ ୪.୩ କୋଟି ଦର୍ଶକ ଦେଖିଥିଲେ, ଯାହା ଏକ ରେକର୍ଡ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ବିଶ୍ୱକପ ମ୍ୟାଚର ମୋଟ ଦର୍ଶକଙ୍କ ଅପେକ୍ଷା ଏହା ଅଧିକ, ଯାହାକୁ ହଟଷ୍ଟାରରେ ମୋଟ ୩.୫ କୋଟି ଲୋକ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri