Posted inରାଜ୍ୟ

ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ହାମୁନ, ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୩।୧୦: ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ହାମୁନ’। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ବାଂଲାଦେଶ ଖେପୁପରା ଓ ଚିଟାଗଙ୍ଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ବାତ୍ୟା ‘ହାମୁନ’ ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ବାତ୍ୟାର ମୁକାବିଲା ପାଇଁ ପୌର ନିର୍ଦ୍ଦେଶକ ସମସ୍ତ ପୌରାଞ୍ଚଳ ପ୍ରଶାସକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ମୁକାବିଲା ପାଇଁ ମାନବ ସମ୍ବଳ ସୁଦୃଢ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତଳି ଅଞ୍ଚଳରେ ବର୍ଷା ଜଳ ଯେପରି ଜମି ନରହେ ସେଥିପାଇଁ ପ୍ରସ୍ତୁତ ହୋଇରହିବାକୁ ପୌରାଞ୍ଚଳ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।

ସେହିପରି ଜିଲ୍ଲା ପ୍ରଶାସନ ସହ ନିରନ୍ତର ସମ୍ପର୍କରେ ରହିବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କର୍ମଚାରୀଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାରାଦୀପ, ଚାନ୍ଦବାଲି ଓ ବାଲେଶ୍ବର ବାତ୍ୟା ଦ୍ବାରା ବେଶୀ ପ୍ରଭାବିତ ହେବ ବୋଲି ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri