Posted inଜାତୀୟ

ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଖୁସି ଖବର, ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୫।୧୦ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦୀପାବଳି ପୂର୍ବରୁ ଦେଶର ଚାଷୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ବୁଧବାର କହିଛନ୍ତି କେନ୍ଦ୍ର ସରକାର ସାର ଉପରେ ଗୋଟିଏ ଟଙ୍କା ମଧ୍ୟ ବୃଦ୍ଧି କରିବେ ନାହିଁ। ଏହା ବ୍ୟତୀତ କୃଷି ଜମି ଜଳସେଚନ ଯୋଜନା ସହିତ ସଂଯୁକ୍ତ ହେବ। ଏହା ସହିତ ଏନବିଏସ ଅଧୀନରେ ଥିବା ଚାଷୀଙ୍କୁ ସାର ସବସିଡି ପ୍ରଦାନ କରାଯିବ।

ସୂଚନା ଅନୁଯାୟୀ ବୁଧବାର ପିଏମ ମୋଦିଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଥିଲା। ସେସବୂ ମଧ୍ୟରେ ସବୁଠାରୁ ବଡ ନିଷ୍ପତ୍ତି ଦେଶର କୃଷକମାନଙ୍କ ବିଷୟରେ ଥିଲା। ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସରକାର ନିଷ୍ପତ୍ତି ନେଇଛନ୍ତି ସୋରର ମୂଲ୍ୟ ସାରା ଦେଶରେ ଗୋଟିଏ ଟଙ୍କା ମଧ୍ୟ ବୃଦ୍ଧି ପାଇବ ନାହିଁ। ଏହା ସହିତ କୃଷକମାନଙ୍କ ପାଇଁ ସାର ସବସିଡି ମଧ୍ୟ ଜାରି ରହିବ ବୋଲି ସେ କହିଛନ୍ତି। ତେଣୁ ସାର ମୂଲ୍ୟ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି କେନ୍ଦ୍ର ସରକାର ସର୍ବଦା କୃଷକମାନଙ୍କର ଶୁଭେଚ୍ଛା ଓ ସହାନୁଭୂତି ପ୍ରଦର୍ଶନ କରିଆସୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସାରର ମୂଲ୍ୟ ବୃଦ୍ଧି ପାଇଛି, କିନ୍ତୁ ଆମ ଚାଷୀଙ୍କ ଉପରେ ଭାର ଆଦୌ ବୃଦ୍ଧି ପାଇବ ନାହିଁ। ୧ ଅକ୍ଟୋବର ୨୦୨୩ ରୁ ଆସନ୍ତା ବର୍ଷ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକମାନଙ୍କୁ ପୂର୍ବ ପରି ସବସିଡି ଦିଆଯିବ। ରବି ଋତୁ ୨୦୨୩-୨୪ ପାଇଁ ଫସଫରସ ଏବଂ ପଟାସ ସାର ଉପରେ ସବସିଡି ଯୋଗାଇ ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ...

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ...

ଜନଗଣନା କରିବାକୁ ଆସୁଥିବା ୩୦ଲକ୍ଷ କର୍ମଚାରୀଙ୍କୁ କେନ୍ଦ୍ର ସରକାର ଅଲଗା ଦରମା ଦେବେ କି? ସତ ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:ଆଗାମୀ 2027 ଜନଗଣନା ପାଇଁ କେନ୍ଦ୍ର କ୍ୟାବିନେଟ 11,718 କୋଟିର ବଜେଟକୁ ଅନୁମୋଦନ କରିଛି। ଏଥିରେ ଉଲ୍ଲେଖନୀୟ ଯେ ଏହା ଭାରତର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri