Posted inଜାତୀୟ

ପୁଅଙ୍କୁ ଇଡି ସମନ ହେବା ପରେ କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୦: ବୈଦେଶିକ ମୁଦ୍ରା ଉଲ୍ଲଂଘନ (ଫେମା) ଯାଞ୍ଚରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବଙ୍କୁ ସମନ ଜାରି କରିଛନ୍ତି। ଏହି ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରି ଅଶୋକ ଗେହଲଟ କହିଛନ୍ତି ଯେ, ରାଜସ୍ଥାନରେ ବିକାଶ କାର୍ଯ୍ୟ କରାଇ ନ ଦେବାକୁ ନାହିଁ ଇଡି ପ୍ରତିଦିନ ସମନ ପଠାଉଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ନିଜର ମତ ରଖିଥିଲେ।
ସେ କହିଛନ୍ତି, ଅକ୍ଟୋବର ୨୫ରେ ରାଜସ୍ଥାନର ମହିଳାମାନଙ୍କ ପାଇଁ କଂଗ୍ରେସ ଗ୍ୟାରେଣ୍ଟି ଯୋଜନା ଲଞ୍ଚ କରିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ଆଜି ରାଜସ୍ଥାନ କଂଗ୍ରେସ ସଭାପତି ଗୋବିନ୍ଦ ସିଂ ଜୀ ଦୋଟାସାରାଙ୍କ ଉପରେ ଇଡି ଚଢାଉ ଏବଂ ମୋ ପୁଅ ବୈଭବ ଗେହଲଟଙ୍କୁ ଇଡିରେ ହାଜର ହେବାକୁ କୁହାଯାଇଛି। ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ରାଜସ୍ଥାନରେ ଇଡି ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେଉଛି କାରଣ ରାଜସ୍ଥାନର ମହିଳା, କୃଷକ ଏବଂ ଗରିବ କଂଗ୍ରେସ ଦେଇଥିବା ଗ୍ୟାରେଣ୍ଟିର ଲାଭ ପାଇବାକୁ ଭାଜପା ଚାହୁଁ ନାହିଁ।
ସରକାରୀ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଚାଲିଥିବା ରାଜସ୍ଥାନ ଶିକ୍ଷକ ଯୋଗ୍ୟତା ପରୀକ୍ଷା ୨୦୨୧ର କାଗଜ ଲିକ ମାମଲାରେ ଇଡି କଂଗ୍ରେସ ରାଜ୍ୟ ୟୁନିଟ ସଭାପତି ଗୋବିନ୍ଦ ସିଂ ଦୋଟାସାରା ଏବଂ ସ୍ବାଧୀନ ବିଧାୟକ ଓମ ପ୍ରକାଶ ହୁଡଲାଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା। ଇଡି ଅଧିକାରୀମାନେ ଜୟପୁର ଏବଂ ସିକରରେ ଥିବା ଦୋଟାସରାଙ୍କ ବାସଭବନରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri