Posted inRasifala

ରାଶିଫଳ: ଶନିବାର , ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ
ଆଜି କୌଣସି ଅସୁବିଧା ନ ଥିଲେ ମଧ୍ୟ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପରସ୍ପର ପଡୁ ନ ଥିବା ଭାଇଙ୍କ କଥା ମନକୁ ଆନ୍ଦୋଳିତ କରିପାରେ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି ସମସ୍ୟା ଦେଖାଦେଇପାରେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରି ଖୁସି ରହିବେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ। ମଧୁର କଥା ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରି କାମ ହାସଲ କରିବେ।
ମିଥୁନ
ମିଥୁନ
 ଅସୁବିଧାବଶତଃ କେତେକ କାମ ଅଟକିରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ଜନିତ ଅଶାନ୍ତ ରହିପାରନ୍ତି। ଅର୍ଥାଭାବ ହେତୁ କେତେକ କାମ ପୂର୍ଣ୍ଣାଙ୍ଗ ହେବା କଷ୍ଟକର ହୋଇପଡିବ। ଆମତ୍ୀୟମାନଙ୍କ ବେଖାତିର ମନୋଭାବ ହେତୁ କ୍ଷୁବ୍ଧ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଯାତ୍ରା, ଆଲୋଚନା, ବନ୍ଧୁ ସମ୍ପର୍କ ଦିଗରୁ ଦିନଟି ଭଲ ରହିବ। କର୍ମକ୍ଷେତ୍ରରେ ଅସୁବିଧା ଭୋଗିବେ ଏବଂ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ଆଜି ଅଫିସରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଅନ୍ୟମାନଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ଆପଣଙ୍କ ଅନୁରୋଧ ରକ୍ଷାକରି ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ। ବନ୍ଧୁଙ୍କ ସହ ଆଲୋଚନା ପରେ କର୍ମକ୍ଷେତ୍ରରେ ରହିଥିବା ଟେନସନ୍‌ ଦୂର ହେବ।
ତୁଳା
ତୁଳା
ଆଜି ପରିବାରରେ ଅଶାନ୍ତି, ପରିବହନରେ ଝଗଡ଼ା, ବ୍ୟବସାୟରେ କ୍ଷତି, ଯାନବାହନରୁ ଆଘାତର ଆଶଙ୍କା ଦେଖାଦେଇପାରେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିଶୃଙ୍ଖଳିତ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଅଫିସରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ବହୁତ ଚେଷ୍ଟା କଲେ ମଧ୍ୟ ଅଭିଳାଷ ପୂରଣ ନ ହୋଇପାରିବାରୁ ମନ ଭଲ ରହିବ ନାହିଁ। ଈର୍ଷାଳୁ ବ୍ୟକ୍ତିଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବନ୍ଧୁମାନଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ବିବାଦୀୟ ଘଟଣା ପରିପ୍ରେକ୍ଷୀରେ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ମକର
ମକର
ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କର ଅସହଯୋଗଜନିତ କେତେକ କାମ ବିଶୃଙ୍ଖଳିତ ହୋଇପାରେ। ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରସ୍ପର ମତପାର୍ଥକ୍ୟ କାରଣରୁ ପାରିବାରିକ ଶାନ୍ତି ପାଇବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ଯାହା ଛିନ୍ତା କରୁଛନ୍ତି ତାହା ସହଜରେ କରିବାରେ କୌଣସି ଅସୁବିଧା ହେବନାହଁି। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ।
ମୀନମୀନ

ଆଜି କର୍ମ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri