୫ମ ଥର ପାଇଁ କ୍ରୁଟ୍‌କୁ ‘ଉତ୍କର୍ଷ ପୁରସ୍କାର’

ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍‌ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ ପୁରସ୍କାର ମିଳିବ। ଆସନ୍ତା ୨୯ ତାରିଖରେ କ୍ରୁଟ୍‌ର ଏମ୍‌ଡି ଅରୁଣ ବୋଥ୍ରା ଏହି ପୁରସ୍କାର ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଓଏଚ୍‌ୟୁଏ) ଦ୍ୱାରା ଅକ୍ଟୋବର ୨୭ରୁ ୨୯ ପର୍ଯ୍ୟନ୍ତ ଦିଲ୍ଲୀର ମାନେକ୍‌ଶା କେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଶ୍ରେଷ୍ଠ ସହରୀ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରି ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଦିଗରେ କାର୍ଯ୍ୟ କରିବା ତଥା ସହରାଞ୍ଚଳ ପରିବହନର ପରିଚାଳନା କ୍ଷେତ୍ରରେ ଅଧିକ ଦକ୍ଷ ଓ ପ୍ରଭାବଶାଳୀ ବ୍ୟବସ୍ଥା ସୃଷ୍ଟି କରିବା ଦିଗରେ କ୍ରୁଟର ଋଣକୌଶଳ ପାଇଁ ଏହି ସମ୍ମାନ ମିଳିବ। ପୁରସ୍କାର ସହିତ ପ୍ରଶଂସାପତ୍ରରେ ଭାରତରେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବାରେ କ୍ରୁଟ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରାଯିବ।
ଇତିମଧ୍ୟରେ କ୍ରୁଟ ରାଜସ୍ବ ସଂଗ୍ରହରେ ସଫଳତା ହାସଲ କରି ସରକାରୀ ସବ୍‌ସିଡି ଉପରେ ନିର୍ଭରଶୀଳତାକୁ ଯଥେଷ୍ଟ ହ୍ରାସ କରିପାରିଛି। ଦୈନିକ ୨.୫ ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ନିରବଚ୍ଛିନ୍ନ ପରିବହନ ସେବା ଯୋଗାଇ ଦିଆଯାଇପାରୁଛି। ତେବେ କ୍ରମାଗତ ପଞ୍ଚମ ବର୍ଷ କ୍ରୁଟକୁ ସମ୍ମାନଜନକ ଅର୍ବାନ ମୋବିଲିଟି ଇଣ୍ଡିଆରେ ‘ଉତ୍କର୍ଷ’ ପୁରସ୍କାର ମିଳିବା ସହରାଞ୍ଚଳ ପରିବହନ କ୍ଷେତ୍ରରେ ଆମର ଉଲ୍ଲେଖୀୟ ସଫଳତାକୁ ଦର୍ଶାଉଛି ବୋଲି କ୍ରୁଟ୍‌ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri