୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଲେ ମା’ ସୁରେଶ୍ୱରୀ

ସୋନପୁର,୨୮ା୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କୁ ଜଣେ ଭକ୍ତ ଏହି ରୁପା ଅଳଙ୍କାର ଦେଇଛନ୍ତି। ଅଳଙ୍କାର ମଧ୍ୟରେ ପରଭା, ଛତ୍ର, ପଦ୍ମ ପାଦ ରହିଛି। ଏଥିପାଇଁ ପଣ୍ଡିତ କାଳୀ ପ୍ରସାଦ ମିଶ୍ରଙ୍କ ଦ୍ୱାରା ସ୍ବତନ୍ତ୍ର ପୂଜା ପରେ ସମସ୍ତ ଅଳଙ୍କାର ମା’ଙ୍କ ଠାରେ ଅର୍ପଣ କରି ସାଜସଜ୍ଜା କରାଯାଇଥିଲା l ମା’ଙ୍କର ଜଣେ ଭକ୍ତଙ୍କ ସହଯୋଗରେ ରୁପା ଅଳଙ୍କାର ନିର୍ମିତ ହୋଇ ପାରିଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। କଲିକତା ଉଚ୍ଚ ନ୍ୟାୟଳୟର ବିଚାରପତି ଚିତ୍ତ ରଞ୍ଜନ ଦାଶ, ସୁବର୍ଣ୍ଣପୁର ଜିଲାପାଳ ବିମଳେନ୍ଦୁ ରାୟ, ଏସ୍‌ପି ଅମରେଶ ପଣ୍ଡା, ଅତିରିକ୍ତ ଜିଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ସୋନପୁର ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ଡ. ଇପ୍ସିତା ପ୍ରିୟଦର୍ଶନୀ ମିଶ୍ର, ପୂର୍ତ୍ତ ବିଭାଗ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତଙ୍କ ସମେତ ମନ୍ଦିର କମିଟିର ଶ୍ରୀବତ୍ସ ମଲ୍ଲିକ, ରବି ନାରାୟଣ ମହାପାତ୍ର, ବୈକୁଣ୍ଠ ଶତପଥୀ, ଅଟଳ ମହାପାତ୍ର, ସତ୍ୟ ନାରାୟଣ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଦେବୋତ୍ତର ବିଭାଗକୁ ମା’ଙ୍କ ରୁପା ଅଳଙ୍କାର ସବୁର ତତ୍ତ୍ୱାବଧାନ ପାଇଁ ଦାୟିତ୍ୱ ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri