Posted inଖେଳ

ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ନିଜେ କଲେ ଖୁଲାସା

ବାଙ୍ଗାଲୁରୁ,୨୮।୧୦: ପୂର୍ବ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ନିଷ୍ପତ୍ତି ନେଇ ପ୍ରଶଂସକଙ୍କୁ ଚମକାଇଥିଲେ। ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଥିଲା। ଏହାପରେ ସେ ସନ୍ନ୍ୟାସ ନେବାର ସମୟ ଆସିଯାଇଥିବା ଅନୁଭବ କରିଥିଲେ। ଦୀର୍ଘ ୧୩ ମାସ ଧରି କ୍ରିକେଟଠାରୁ ଦୂରରେ ରହିବା ପରେ ୨୦୨୦ ଅଗଷ୍ଟ ୧୫ରେ ସନ୍ନ୍ୟାସ ଘୋଷଣା କରିଥିଲେ ବୋଲି ଧୋନୀ କହିଛନ୍ତି।

ବାଙ୍ଗାଲୋରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଧୋନୀ କହିଛନ୍ତି, ‘ଭାରତ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିଲା। ତାହା ଭାରତ ଲାଗି ତାଙ୍କର ଅନ୍ତିମ ମ୍ୟାଚ୍‌ ଥିଲା ବୋଲି ସେ ନିଷ୍ପତ୍ତି ନେଇଥିଲେ। କାରଣ କୌଣସି ଜିତିବା ମ୍ୟାଚ୍‌ ହାରିଗଲେ ଭାବନାକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇଯାଏ। ତାଙ୍କ ପାଇଁ ଉକ୍ତ ଦିନ ଅନ୍ତିମ ଦିନ ଥିଲା। ଏହାର ୧ ବର୍ଷ ପରେ ସେ ସନ୍ନ୍ୟାସ ନେଇଥିଲେ ସତ ହେଲେ ଉକ୍ତ ଦିନ ହିଁ ସେବାନିବୃତ ହୋଇଥିଲେ।’

ପ୍ରକାଶ ଯେ, ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ହେଁ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ ଲାଗି ଜଣେ ସକ୍ରିୟ ଖେଳାଳି ଭାବେ ଦାୟିତ୍ୱ ତୁଲାଉଛନ୍ତି। ୨୦୨୩ରେ ସେ ନିଜ ଦଳକୁ ୫ମ ଟାଇଟଲ ଦେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri