ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ

ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ ଅଞ୍ଚଳର ଅନନ୍ତ ନାରାୟଣ ପଣ୍ଡା ନାମକ ଜଣେ ଆଇନଜୀବୀଙ୍କୁ ଗିରଫ କରିଛି। ଏନେଇ କେସ୍‌ ନଂ ୩୩୦/୨୩ରେ ଏକ ମାମଲା ରୁଜୁ କରାଯାଇ ଶନିବାର କୋର୍ଟଚାଲାଣ କରାଯାଇଛି।
ଉକ୍ତ ମହିଳାଙ୍କ ସ୍ବାମୀଙ୍କ ଦେହାନ୍ତ ପରେ ଜମିଜମା ମାମଲାରେ ଅନନ୍ତ ତାଙ୍କ ସମ୍ପର୍କରେ ଆସିଥିଲେ। ତେବେ ପରେ ତାଙ୍କ ଭିଡିଓ ଉତ୍ତୋଳନ କରି ଭାଇରାଲ କରିବା ଯୋଗୁ ମହିଳାଙ୍କ ସାମାଜିକ ସ୍ଥିତି ବିଗିଡୁଥିବା ସେ ଅଭିଯୋଗ କରିଥିଲେ। ଏପରିକି ଆଇନଜୀବୀଙ୍କ ମୋବାଇଲ, କମ୍ପ୍ୟୁଟର ଜବତ କରିବା ପାଇଁ ମହିଳାଜଣଙ୍କ ପୋଲିସ ନିକଟରେ ଦାବି କରିଛନ୍ତି।  ଟଙ୍କା ନେଣଦେଣ ଘଟଣାକୁ କେନ୍ଦ୍ରକରି ମହିଳାଜଣଙ୍କ ତାଙ୍କ ନାମରେ ଅଭିଯୋଗ କରିଥିବା ଆଇନଜୀବୀ ପାଲଟା ଅଭିଯୋଗ କରିଛନ୍ତି। ପୋଲିସ ଶୁକ୍ରବାର ରାତିରେ ତାଙ୍କୁ ଭଦ୍ରକରୁ ଗିରଫ କରିଥିଲା। ଅପରପକ୍ଷେ ମହିଳା ଜଣଙ୍କ ଅଶ୍ଳୀଳ ଭିଡିଓ ସମ୍ପର୍କରେ ଅଭିଯୋଗ କରିବା ସହିତ ଆଇନଜୀବୀ ଓ ମହିଳା ପରସ୍ପର ବିରୋଧରେ ଟଙ୍କା ନେଣଦେଣ ଅଭିଯୋଗ କରୁଥିବା ସିମୁଳିଆ ଥାନା ଅଧିକାରଣୀ ସ୍ବର୍ଣ୍ଣଲତା ମିଞ୍ଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri