Posted inରାଜ୍ୟ

ଜାନୁୟାରୀ ପହିଲା ୨୦୨୪ ରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯/୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ ୪.୩୦ ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନ କୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଥିଲେ। ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୂଳିଆ-ଭାୟା ଚନ୍ଦ୍ରଶେଖରପୁର,ଜୟଦେବ ବିହାର, ବାଣୀ ବିହାର ମାଷ୍ଟର କ୍ୟାଣ୍ଟିନ ଓ ରାଜମହଲ ଛକ ଦେଇ ଭୁବନେଶ୍ବର ବିମାନ ବନ୍ଦର କୁ ସଂଯୋଗ କରିବ।

ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ପାଣ୍ଡିଆନ୍ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ ଯୋଗ୍ୟ ଯେ ଏପ୍ରିଲ ୨୦୨୩ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ। ଏଥିପାଇଁ DPR ମଧ୍ୟ ସରକାର ଙ୍କ ଅନୁମୋଦନ ଲାଭ କରିଛି। ଭୁବନେଶ୍ଵର ରୁ ଖୋର୍ଦ୍ଧା ,ପୁରୀ ଓ କଟକ ସହର ରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଟିକୁ ଚଳିତ ବର୍ଷ ଏପ୍ରିଲ୍ ପହିଲାରେ ଘୋଷଣା କରିଥିଲେ। ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ୍ ମଧ୍ଯ ସରକାର ଅନୁମୋଦନ କରିଛନ୍ତି।ମେଟ୍ରୋ ରେଳ ସେବାକୁ ଭୁବନେଶ୍ଵର ର ଅନ୍ୟ ସ୍ଥାନ ଗୁଡ଼ିକ ସହ ଖୋର୍ଦ୍ଧା, ପୁରୀ ଓ କଟକର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି।

ଏହି ପ୍ରକଳ୍ପ ଦ୍ବାରା ଭୁବନେଶ୍ଵର ଓ କଟକ ମଧ୍ୟରେ ତ୍ରିଶୁଲିଆ ଏକ ପ୍ରମୁଖ ଜଙ୍କସନ ଭାବରେ ଗଢି ଉଠିବ। ଏହା ସହିତ ବାଙ୍କୀ ଓ ଆଠଗଡ ପଟରୁ ଦ୍ୱେତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ଟ୍ରିଶୁଲିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ସୁବିଧା ମଧ୍ୟ ରହିବ। ତ୍ରିଶୂଲିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି । ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ।

ବର୍ତ୍ତମାନ ସୁଦ୍ଧା ଏହି ପ୍ରକଳ୍ପରେ ସଂଶ୍ଳିଷ୍ଟ ଥିବା ବିଭିନ୍ନ ବିଭାଗ ଓ ଏଜେନ୍ସି ମାନଙ୍କ କାମର ଅଗ୍ରଗତିରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପଣ୍ଡିଆନ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଭିତ୍ତି ଭୂମି ସ୍ଥାପନ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନା ଯୋଗ୍ୟ ଯେ ୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିବେ।

ନିର୍ଦ୍ଧାରିତ ଚାରି ବର୍ଷର ସମୟ ସୀମା ମଧ୍ୟରେ ଯେପରି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେଥିପାଇଁ 5T ନୀତି ଅନୁସରଣ କରି ପ୍ରକଳ୍ପର ସମସ୍ତ କାମକୁ ଭଲ ଭାବରେ ତଦାରଖ କରିବା ପାଇଁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ଏକ ଆକାଂକ୍ଷି ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଅନୁଯାୟୀ ଏକ ବିଶ୍ବ ସ୍ତରୀୟ ସହରାଞ୍ଚଳ ଗମନା ଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ଯେପରି ସଫଳ ହେବ ତାହା ସୁନିଶ୍ଚିତ କରିବାକୁ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri