ଔଷଧ ଖାଇ ୧୮ ଛାତ୍ରୀଛାତ୍ର ଅସୁସ୍ଥ

କାମାକ୍ଷାନଗର, ୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ଅଧୀନ ଆଞ୍ଚଳିକ ହାଇସ୍କୁଲରେ ଶୁକ୍ରବାର କୃମିନାଶକ ବଟିକା ଖାଇ ୧୮ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ସରକାରୀ ନିର୍ଦ୍ଦେଶ ପରେ ସାରା ଜିଲାରେ ସାମୂହିକ ଫାଇଲେରିଆ ଏବଂ କୃମିନାଶକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହିକ୍ରମରେ ସ୍କୁଲରେ ମଧ୍ୟାହ୍ନ ଭୋଜନ ପରେ ପିଲାଙ୍କୁ ଔଷଧ ଦିଆଯାଇଥିଲା। ବଟିକା ଖାଇସାରିବା ପରେ ପାର୍ଶ୍ୱପ୍ରତିକ୍ରିୟା ଆରମ୍ଭ ହୋଇଥିଲା। ହଠାତ୍‌ ଛାତ୍ରୀଛାତ୍ରଙ୍କ ମୁଣ୍ଡ ଘୂରାଇବା ସହ ବାନ୍ତି ହୋଇଥିଲା। ଏଥିରେ ଦଶମ ଶ୍ରେଣୀ ଛାତ୍ର ଜ୍ଞାନରଞ୍ଜନ ପ୍ରଧାନ, ସୌମ୍ୟରଞ୍ଜନ ପ୍ରଧାନ, ନଗେନ୍ଦ୍ର ବେହେରା, ଗୁରୁପ୍ରସାଦ ମାହୁନ୍ତ, ଦେବ ଖଟୁଆ, ଶିଲା ପାତ୍ର, ରାଜେନ୍ଦ୍ର ସାହୁ, ସୁରିଆ ପଧାନ, ନବମ ଶ୍ରେଣୀର ମାମାଲି ଭୋଇ, କାର୍ତ୍ତିକ ବେହେରା, ଅଷ୍ଟମ ଶ୍ରେଣୀର ପାର୍ଥସାରଥୀ ପରିଡ଼ା, ବିନାୟକ ସେଠୀ, ଅଶେଷ ପାତ୍ର, କାର୍ତ୍ତିକ ନାୟକ, ସୁମନ ଭୋଇ, ଅନୀଲ ବେହେରା, ସୋମନାଥ ଦେହୁରୀ, ମହେଶ୍ୱର ନାୟକ ପ୍ରମୁଖ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ୧୦୮ ଆମ୍ବୁଲାନ୍ସରେ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୁସ୍ଥ ଅନୁଭବ କରିବା ପରେ ସମସ୍ତଙ୍କୁ ଘରକୁ ପଠାଇ ଦିଆଯାଇଥିବା ଡାକ୍ତର ପ୍ରମିଳ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।
ସହକାରୀ ଜନସ୍ବାସ୍ଥ୍ୟ ଅଧିକାରୀ ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସରପଞ୍ଚ ମମତା ମାହୁନ୍ତ, ସମିତିସଭ୍ୟ ଦୀପକ ମାହୁନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଛାତ୍ରୀଛାତ୍ରଙ୍କ ଅବସ୍ଥା ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri