Odisha Elections 2024

ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ବିଶାଖାପାଟଣା-ପଲାସା ଏକ୍ସପ୍ରେସ୍‌ ଟ୍ରେନ୍‌ର ଜଣେ ଗାର୍ଡଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଶୋକବ୍ୟକ୍ତ କରିଛନ୍ତି। ସହାୟତା ପାଇଁ ପଦକ୍ଷେପ ନେବା ସହ ତୁରନ୍ତ ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ରେଳ ବିଭାଗ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri