ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାର

ନୂଆଦିଲ୍ଲୀ,୩୧।୧୦: ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାରରେ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମ (ୟୁଏସ୍‌ଆଇଏସ୍‌ପିଏଫ୍‌) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ଫୋରମ ଚେୟାରମ୍ୟାନ ଜନ ଚାମ୍ବର୍ସ ପୁରସ୍କାର ପ୍ରଦାନ କରିଛନ୍ତି । ଏ ଅବସରରେ ନୀତା ଅମ୍ବାନୀ କହିଛନ୍ତି ଯେ, ସେ ରିଲାଏନ୍ସ ଫାଉଣ୍ଡେଶନକୁ ପ୍ରତିନିଧିତ୍ୱ କରନ୍ତି। ଯାହା ମାଧ୍ୟମରେ ୭ କୋଟିରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିପାରିଛନ୍ତି। ସେହିପରି ୟୁଏସ୍‌ଆଇଏସ୍‌ପିଏଫ ଏକ ବିବୃତି ଜାରି କରି କହିଛି ଯେ, ନୀତା ଅମ୍ବାନୀ ସାମାଜିକ କାର୍ଯ୍ୟରେ ସକ୍ରିୟ ଭାବରେ ଜଡ଼ିତ ରହିଥିବା ଜଣେ ବିଜ୍‌ନେସ ଲିଡର । ତାଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷା, କଳା, କ୍ରୀଡା ଏବଂ ସ୍ବାସ୍ଥ୍ୟସେବା ପ୍ରଦାନ ସହ ମହିଳା ସଶକ୍ତୀକରଣ ଓ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି। ୟୁଏସ୍‌ଆଇଏସ୍‌ପିଏଫ କଳା ଏବଂ ସଂସ୍କୃତିରେ ନୀତା ଅମ୍ବାନୀଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିବାରୁ ନିକଟରେ ସେ ନ୍ୟୁୟର୍କର ମେଟ୍ରୋପଲିଟାନ ମ୍ୟୁଜିୟମ ଅଫ୍‌ ଆର୍ଟ ବୋର୍ଡରେ ସମ୍ମାନିତ ଟ୍ରଷ୍ଟି ଭାବରେ ମନୋନୀତ ହୋଇଥିଲେ । ଗତ ବର୍ଷ ମୁମ୍ବାଇରେ ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନ୍‌ଏମଏସିସି) ଶୁଭାରମ୍ଭ କରାଯାଇଥିଲା, ଯାହାକୁ ଅନେକ ପ୍ରଶଂସା ମିଳିଥିଲା। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ରେ ଭାରତର ପ୍ରତିନିଧି ଭାବରେ ନୀତା ଅମ୍ବାନୀ ସଫଳତାର ସହ ଭାରତୀୟ ପ୍ରତିନିଧି ମଣ୍ଡଳୀର ନେତୃତ୍ୱ ନେଇଥିଲେ, ଯାହା ଚାରି ଦଶନ୍ଧି ପରେ ଭାରତରେ ୧୪୧ତମ ଆଇଓସି ଅଧିବେଶନ ଆୟୋଜନ କରିବାର ଅଧିକାର ଜିତିଥିଲା । ଅକ୍ଟୋବର ୨୦୨୩ରେ ମୁମ୍ବାଇରେ ଏହି ଅଧିବେଶନ ସଫଳତାର ସହିତ ଅନୁଷ୍ଠିତ ହୋଇଥିଲା। ଏହାଦ୍ୱାରା ୨୦୩୬ ରେ ଅଲିମ୍ପିକ ଖେଳ ଆୟୋଜନ କରିବା ନେଇ ଆଶା କରାଯାଉଛି। ୟୁଏସଆଇଏସପିଏଫ ଅଧ୍ୟକ୍ଷ ଜନ ଚାମ୍ବରସ ନୀତା ଅମ୍ବାନୀଙ୍କୁ ପ୍ରଦାନ କରାଯାଇଥିବା ପୁରସ୍କାର ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଯେଉଁମାନେ ଜୀବନରେ ସଫଳ ହୋଇଛନ୍ତି ସେମାନଙ୍କ ପାଇଁ ଅନ୍ୟମାନଙ୍କୁ ସଫଳ ହେବାରେ ସାହାଯ୍ୟ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହିପରି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ନୀତା ଏମ ଅମ୍ବାନୀ। ସେ ରିଲାଏନ୍ସ ଫାଉଣ୍ଡେଶନରେ କଳା, କ୍ରୀଡା, ସଂସ୍କୃତି ଏବଂ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri