କୋର୍ଟରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍‌ ରାଉତ):ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାୟୁସେନା ଅଧିକାରୀ ଭୁବନେଶ୍ୱର ପୋକ୍‌ସୋ କୋର୍ଟରେ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଇଣ୍ଡିଆନ୍‌ ଏୟାରଫୋର୍ସର ଗ୍ରୁପ୍‌ କ୍ୟାପଟେନ୍‌ ଥିବା ବିଶାଖାପାଟଣାର କୋରିମିଲ୍ଲି ଭେଙ୍କଟ ଶ୍ରୀନିବାସ (୫୧)। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତ ଶ୍ରୀନିବାସଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି। ତେବେ ଦୁଇଦିନ ମଧ୍ୟରେ ଶ୍ରୀନିବାସଙ୍କୁ ରିମାଣ୍ଡରେ ଆଣି ମାମଲା ବିଷୟରେ ଅଧିକ ତଥ୍ୟ ହାସଲ କରିବାକୁ ପୋଲିସ ପକ୍ଷରୁ ଯୋଜନା କରାଯାଉଥିବା ସୂଚନା ମିଳିଛି।
ଶ୍ରୀନିବାସଙ୍କ ବାପା ଭୁବନେଶ୍ୱରରେ ଚାକିରି କରିଥିଲେ। ପରବର୍ତ୍ତୀ ସମୟରେ ଶ୍ରୀନିବାସ ପୁରୁଣାଭୁବନେଶ୍ୱର ଅଞ୍ଚଳରେ ବିବାହ କରିଥିଲେ। ବିଭିନ୍ନ ସମୟରେ ସେ ଶ୍ୱଶୁର ଘରକୁ ବୁଲିବାକୁ ଆସନ୍ତି। ତାଙ୍କ ସ୍ତ୍ରୀଙ୍କ ସାଙ୍ଗର ସାନ ଝିଅଙ୍କୁ୍‌ ସେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଗତ ଜୁନ ୨୩ରେ ରସୁଲଗଡ଼ ଅଞ୍ଚଳରେ ଏକ ପାରିବାରିକ ଉତ୍ସବ ହେଉଥିବାବେଳେ ୧୩ ବର୍ଷୀୟା ନାବାଳିକା ଜଣକ ସେଠାକୁ ଆସି ନ ଥିଲେ। ତେଣୁ ତାଙ୍କୁ ଆଣିବାକୁ ଶ୍ରୀନିବାସ ତାଙ୍କ ଘରକୁ ଯାଇଥିଲେ। ତେବେ ଘରେ ଏକାକୀ ଥିବା ନାବାଳିକାଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରି ସେଠାରେ ଶ୍ରୀନିବାସ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ବଡ଼ ଭଉଣୀ ଘରକୁ ଆସିବା ପରେ ନାବାଳିକା ଜଣକ ଏହି ଘଟଣା ବିଷୟରେ ଜଣାଇଥିଲେ। ନାବାଳିକାଙ୍କ ପରିବାର ପକ୍ଷରୁ ଏନେଇ ଜୁନ ୨୭ରେ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଜୁନ ୨୮ରେ ଆଇପିସି ଦଫା ୩୭୬(୩) ଓ ପୋକ୍‌ସୋ ଆକ୍ଟରେ ଏକ ମାମଲା (ନଂ.୨୬୧/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଟିମ୍‌ ପରବର୍ତ୍ତୀ ସମୟରେ ଶ୍ରୀନିବାସଙ୍କୁ ଗିରଫ କରିବାକୁ ଦୁଇଥର ଦିଲ୍ଲୀ ମଧ୍ୟ ଯାଇଥିଲା। ତେବେ ଏହି ମାମଲାରେ ଅଭିଯୁକ୍ତ ଶ୍ରୀନିବାସ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ମଧ୍ୟ ଜାମିନ ଆବେଦନ କରିଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri