Odisha Elections 2024

ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା ଉପରେ କଟକଣା

ରାଜନଗର,୩୧ା୧୦(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି ଅଲିଭ ରିଡ୍‌ଲେ ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ଆଖି ଆଗରେ ରଖି ଧାମରାଠାରୁ ଦେବୀମୁହାଣ ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏଁ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ରୁ ମେ ୩୧ ଯାଏ ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଦ୍ଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାଶିରେ ୨ଟି ଅଫିସର ଓ ୧୪ଟି ସ୍ଥାନରେ ଟ୍ରଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ।
ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରିବେ। ସ୍ମରଣଯୋଗ୍ୟ, ୧୯୭୪ ରେ ଆମେରିକାର ବିଶିଷ୍ଟ ପ୍ରାଣୀବିଜ୍ଞାନୀ ଡ. ଏଚ୍‌.ଆର୍‌.ବଷ୍ଟାର୍ଡ ଭିତରକନିକାର ବଉଳା କୁମ୍ଭୀରମାନଙ୍କ ଉପରେ ଗବେଷଣା କରିବାକୁ ଆସି ଗହୀରମଥାର ଏହି ବିରଳ କଇଁଛ ସମାଗମ ସ୍ଥଳ ଦେଖି ଏହା ଅଲିଭ ରିଡ୍‌ଲେ ପ୍ରଜାତିର ବୋଲି ଚିହ୍ନଟ କରିଥିଲେ। ପରେ ଏହି ବିରଳ କଇଁଛଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ପ୍ରଣୟନ ଓ କଟକଣା ଲାଗୁ କରାଯାଇଛି। ୧୯୯୭ ସେପ୍ଟେମ୍ବର ୨୭ରେ ରାଜ୍ୟ ସରକାର ଗହୀରମଥାକୁ ରାଜ୍ୟର ପ୍ରଥମ ସାମୁଦ୍ରିକ ଅଭୟାରଣ୍ୟ ଘୋଷଣା, ୧୯୯୩ରେ ଓଡ଼ିଶା ମେରାଇନ୍‌ ଫିସ୍‌ ରିଜୋଲ୍ୟୁଶନ୍‌ ଆକ୍ଟ ୧୯୮୧ ଅନୁସାରେ ଗହୀରମଥାକୁ ନୋ ଫିଶିଂ ଜୋନ୍‌ ଘୋଷଣା, ସମୁଦ୍ର କୂଳଠାରୁ ୨୦ କି.ମି. ଯାଏଁ ମେଶିନ ଡଙ୍ଗା ବା ଟ୍ରଲର ସାହାଯ୍ୟରେ ମାଛଧରା ନିଷେଧ, କଇଁଛଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ସୁରକ୍ଷା ଆଇନ ୧୯୭୨, ପରିବେଶ ସୁରକ୍ଷା ଆଇନ ୧୯୮୬, କୋଷ୍ଟାଲ ରିଜୋଲ୍ୟୁଶନ୍‌ ଜୋନ ୧, ୨, ୩ ଏବଂ ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଆଇନ ୧୯୮୨ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri