ଦୀପାବଳିରେ ଧମାକା କରିବାକୁ ଆସୁଛି ଟାଇଗର-୩, ଏହି ଦିନଠୁ ଆରମ୍ଭ ହେବ ଆଡଭାନ୍ସ ବୁକିଂ

ମୁମ୍ବାଇ: ଦୀର୍ଘ ଦିନ ପରେ ସଲମାନ ଖାନ ବଡ ପରଦାରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ଦୀପାବଳି ଅବସରରେ ତାଙ୍କ ଫିଲ୍ମ ଟାଇଗର-୩ ରିଲିଜ ହେବାକୁ ଯାଉଛି। ଦୀପାବଳିରେ ଭାଇଜାନ ଏକ ଧମାକା ସୃଷ୍ଟି କରିବାକୁ ଯାଉଛନ୍ତି। ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ତେବେ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଫିଲ୍ମର ପ୍ରଥମ ଶୋ ବିଷୟରେ ସୂଚନା ପ୍ରକାଶ ପାଇଛି। ଏହି ଚଳଚ୍ଚିତ୍ରର ପ୍ରଥମ ଶୋ ଦୀପାବଳିରେ ସକାଳ ୭ଟାରେ ରହିବ। ହଁ, ପ୍ରଶଂସକମାନେ ସକାଳ ୭ଟାରୁ ଟାଇଗର-୩ ଦେଖିପାରିବେ।

ଟାଇଗର-୩ ରେ ସଲମାନ ଖାନଙ୍କ ସହ କ୍ୟାଟ୍ରିନା କୈଫ ଏବଂ ଇମ୍ରାନ ହାଶମୀ ମୁଖ୍ୟ ଭୂମିକାରେ ନଜର ଆସିବେ। ଫିଲ୍ମରେ ଭିଲେନ ଭୂମିକାରେ ଇମ୍ରାନ ହାଶମୀ ନଜର ଆସିବେ। ନକାରାତ୍ମକ ଭୂମିକାରେ ଇମ୍ରାନ ହାଶମୀଙ୍କୁ ଦେଖିବାକୁ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି।

ବାଣିଜ୍ୟ ବିଶ୍ଳେଷକ ତାରନ ଆଦର୍ଶ ଫିଲ୍ମର ପ୍ରଥମ ଶୋ ଏବଂ ଆଡଭାନ୍ସ ବୁକିଂ ବିଷୟରେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ସଲମାନ ଖାନ, ଟାଇଗର-୩ ଶୋ ସକାଳ ୭ ଟାରୁ ଆରମ୍ଭ ହେବ । ୧୨ ନଭେମ୍ବର ରବିବାର ସକାଳ ୭ଟାରେ ଶୋ ’ଦେଖାଇବାକୁ ୟଶ ରାଜ ଫିଲ୍ମସ ନିଷ୍ପତ୍ତି ନେଇଛି, ଏବଂ ଅଗ୍ରୀମ ବୁକିଂ ୫ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri