କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ

ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ । ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ପ୍ରସଙ୍ଗରେ କୁମ୍ଭୀର କାନ୍ଦଣା ବନ୍ଦ କରୁ ଭାଜାପା: ବିଜେଡି

ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଥିବା ଭାଜପା ନେତାଙ୍କ ମିଛ ଧରାପଡିଛି। ମହାନଦୀ ଶୁଖିଲା ପଡିଛି, ଏଥିପାଇଁ ଦାୟୀ କିଏ। ସେ...

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri