Posted inଜାତୀୟ

ନିର୍ବାଚନ ପୂର୍ବରୁ ସମସ୍ତ ବିରୋଧୀ ଦଳର ନେତାଙ୍କୁ ଗିରଫ କରିବାକୁ ଚାହୁଁଛି ଭାଜପା: ମମତା

କୋଲକାତା,୧।୧୧: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ସମନକୁ ନେଇ ପଶ୍ଚିମବଙ୍ଗର ଖୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।
ମମତା ବାନାର୍ଜୀ କହିଛନ୍ତି, ୨୦୨୪ ନିର୍ବାଚନ ପୂର୍ବରୁ ଭାଜପା ସମସ୍ତ ବିରୋଧୀଦଳର ନେତାଙ୍କୁ ଗିରଫ କରିବାକୁ ଯୋଜନା କରିଛି, ସେମାନେ ଏକ ଖାଲି ଦେଶରେ ନିଜ ପାଇଁ ଭୋଟ ଚାହୁଁଛନ୍ତି। କିଛି ଏମ୍‌ପିଙ୍କ ଫୋନ୍‌ ହ୍ୟାକ୍‌ କରାଯାଉଛି। ଏଭଳି ପରିସ୍ଥିତିରେ ଅନ୍ୟ ଦେଶମାନେ ଆମ ଦେଶ ବାବଦରେ କ’ଣ ଭାବୁଥିବେ। ବାହାର ଲୋକଙ୍କ ଆଗରେ ଆମେ ଦେଶକୁ କେବେ ଛୋଟ କରି ପାରିବୁ ନାହିଁ। ଆମେ ଏହାର ପ୍ରତିବାଦ କରିବୁ।
ସୂଚନାଯୋଗ୍ୟ,ନଭେମ୍ବର ୨ରେ ପଚରାଉଚରା ପାଇଁ ଇଡି ଅରବିନ୍ଦ କେଜ୍‌ରିୱାଲଙ୍କୁ ଡାକିଛନ୍ତି। ଅକ୍ଟୋବର ୩୧ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଟିଏମସି ଏମ୍‌ପିମହୁଆ ମିତ୍ର, କଂଗ୍ରେସ ଏମ୍‌ପି ଶଶି ଥରୁର, ଆମ ଆଦମୀ ପାର୍ଟି ନେତା ରାଘବ ଚଢାଙ୍କ ସମେତ ଅନେକ ନେତା ଆପଲର ସତର୍କ ସୂଚନାକୁ ଦର୍ଶାଇ ସରକାର ସେମାନଙ୍କୁ ହ୍ୟାକ କରୁଛନ୍ତି ବୋଲି କହିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସମସ୍ତ ଅଭିଯୋଗ ଭିତ୍ତିହୀନ। ସମଗ୍ର ଘଟଣାର ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri