ଆମକୁ କେହି ରୋକିପାରିବେ ନାହିଁ: ନେତାନ୍ୟାହୁଙ୍କ ଚରମବାଣୀ

ଜେରୁଜେଲମ,୩।୧୧: ଇସ୍ରାଏଲ-ହମାସ ଯୁଦ୍ଧ ସମୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପୁଣି ଥରେ ତାଙ୍କ ସୈନିକମାନଙ୍କୁ ଭେଟିଛନ୍ତି। ବେଞ୍ଜାମିନ ନେତାନ୍ୟାହୁ ଆଡାମ ବେସରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌) ମାରୋମ ବ୍ରିଗେଡଙ୍କୁ ଭେଟିବା ସହ ବିଭିନ୍ନ ସ୍ବତନ୍ତ୍ର ୟୁନିଟ କମାଣ୍ଡୋମାନଙ୍କୁ ଭେଟିଥିଲେ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ସାକ୍ଷାତ ସମୟରେ ଆଦାମ ବେସରେ ଉପସ୍ଥିତ ଥିବା ବିଭିନ୍ନ ୟୁନିଟର କମାଣ୍ଡରମାନେ ଗତ ସପ୍ତାହରେ କରାଯାଇଥିବା କାର୍ଯ୍ୟକଳାପ ବିଷୟରେ ସୂଚନା ଦେଇଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ସୈନିକମାନଙ୍କୁ କହିଥିଲେ, ଇସ୍ରାଏଲ ସୈନିକମାନେ ଗାଜା ସହରର ସୀମାରେ ଅଛନ୍ତି ଏବଂ ଆମକୁ କେହି ଅଟକାଇବେ ନାହିଁ। ଇସ୍ରାଏଲ ସେନା ବହୁତ ପ୍ରଭାବଶାଳୀ ସଫଳତା ହାସଲ କରିଛି। ଆମେ ଆଗକୁ ସଫଳତାର ସହ ବଢୁଛୁ। ଆମେ ମଧ୍ୟ ଯୁଦ୍ଧ ସମୟରେ କ୍ଷତି ସହିଛୁ। ମୁଁ ଗୋଟିଏ କଥା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ହମାସକୁ ହଟାଇବା ପାଇଁ ଆମେ ଆମର କାର୍ଯ୍ୟ ବନ୍ଦ କରିବୁ ନାହିଁ।
ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ରାଷ୍ଟ୍ରୀୟ ସୁରକ୍ଷା ନିର୍ଦ୍ଦେଶକ ତାଜାଚି ହାନେଗବି, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ଟାଜା ବ୍ରାଭର୍ମାନ, ପ୍ରଧାନମନ୍ତ୍ରୀଙ୍କ ସାମରିକ ସଚିବ ମେଜର-ଜେନେରାଲ ମଧ୍ୟ ଆଦାମ ବେସରେ ଉପସ୍ଥିତ ଥିଲେ। ଏହାପୂର୍ବରୁ ଗତ ଅକ୍ଟୋବର ୧୪ରେ ନେତାନ୍ୟାହୁ ଗାଜା ସୀମା ନିକଟରେ ଉପସ୍ଥିତ ସୈନିକମାନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri