Odisha Elections 2024

ଆଜିଠୁ କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା

ଭୁବନେଶ୍ୱର,୩।୧୧(ଅସମାପିକା ସାହୁ): ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଶୁକ୍ରବାରଠାରୁ ପରୀକ୍ଷା ଆରମ୍ଭ ହେବ। ଆଶାୟୀମାନେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ୍‌ (ସିବିଟି) ଦେବେ। ଏଥିନିମନ୍ତେ ୩୦ ଜିଲାର ୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ଏହି ପରୀକ୍ଷା ୭ଦିନ ଧରି ଚାଲିବ। ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ ତଥା ଶୃଙ୍ଖଳିତ ଭାବେ ସାରିବାକୁ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ଭର୍ଚ୍ଚୁଆଲରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପରୀକ୍ଷାକୁ ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା କରିବା ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ଜିଲା ଶିକ୍ଷା ଅଧିକାରୀମାନେ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତିର ଠିକ୍‌ ବିବରଣୀ ପ୍ରଦାନ କରିଛନ୍ତି। ଜିଲାପାଳମାନେ ନିଜ ଜିଲାର ପରୀକ୍ଷା କେନ୍ଦ୍ରର ସୁପରିଚାଳନା ନିମନ୍ତେ ନୋଡାଲ ଅଫିସର ନିଯୁକ୍ତ କରିଛନ୍ତି। ପ୍ରତ୍ୟେକ ଜିଲାର ପୋଲିସ ଅଧିକାରୀ ପରୀକ୍ଷା କେନ୍ଦ୍ରରେ ପୋଲିସ୍‌ ଡିପ୍ଲୋମେଣ୍ଟ ନିମନ୍ତେ ପଦକ୍ଷେପ ନେଇଛନ୍ତି। ରାଜ୍ୟସ୍ତରରେ ବିଭାଗ ସମେତ ଅନ୍ୟ ନିର୍ଦ୍ଦେଶାଳୟର ୧୮ଜଣ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦିଆଯାଇଛି। ବରିଷ୍ଠ ଅଧିକାରୀମାନେ ପରୀକ୍ଷା ଦିନଗୁଡିକରେ ଜିଲା ଗସ୍ତ କରିବା ସହ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଶାନ୍ତିଶୃଙ୍ଖଳା ସହିତ ପରୀକ୍ଷା କାର୍ଯ୍ୟର ତଦାରଖ କରିବେ। ପିଲାଙ୍କ ଆଡ୍‌ମିଟ୍‌ କାର୍ଡ ସମସ୍ୟାର ସମାଧାନ ପାଇଁ ଓସେପାରେ ଏକ ସୁବିଧା କେନ୍ଦ୍ର ଖୋଲାଯାଇଛି। ଏତଦ୍‌ବ୍ୟତୀତ ୪ଟି ସହର ଯଥା- ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର ଓ କୋରାପୁଟ ଜିଲାରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ସହାୟକ କେନ୍ଦ୍ର ସହିତ ଓସେପା କାର୍ଯ୍ୟାଳୟ ପରିସରରେ ଏକ କମାଣ୍ଡ ସେଣ୍ଟର ଖୋଲାଯାଇଛି। ପରୀକ୍ଷା କେନ୍ଦ୍ରରେ ଲାଗିଥିବା ସିସି କ୍ୟାମେରା ଦ୍ୱାରା ପରୀକ୍ଷାର ଲାଇଭ୍‌ ଷ୍ଟ୍ରିମିଂ ହୋଇପାରିବ। ପରୀକ୍ଷା ସୁପରିଚାଳନା ନିମନ୍ତେ ନିଆଯାଇଥିବା ଏସବୁ ପଦକ୍ଷେପ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ଉକ୍ତ ବୈଠକରେ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଭର୍ଚ୍ଚୁଆଲରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ବିଜେଡି ସରକାରରେ ଓଡ଼ିଶା...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri