ଭୁବନେଶ୍ୱର,୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତମଣ୍ଡପମ୍ଠାରେ ଆୟୋଜିତ ଓ୍ବାର୍ଲଡ ଫୁଡ୍ ଇଣ୍ଡିଆ-୨୦୨୩ ର ୨ୟ ସଂସ୍କରଣକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସୁଦୃଢ଼ କରିବା ପାଇଁ ସେ ୧ ଲକ୍ଷରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ମୂଳ ପୁଞ୍ଜି ସହାୟତା ପ୍ରଦାନ କରିଥିଲେ। ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ମୋଦି ପରିଦର୍ଶନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ହେଉଛି ଭାରତକୁ ବିଶ୍ୱର ଖାଦ୍ୟ ଝୁଡ଼ି ଭାବେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରିବା। ସମାବେଶକୁ ସମ୍ବୋଧିତକରି ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶିତ ଟେକ୍ନୋଲୋଜି ଓ ଷ୍ଟାର୍ଟଅପ୍ ପ୍ୟାଭିଲିୟନ୍ ଏବଂ ଫୁଡ୍ ଷ୍ଟ୍ରିଟ୍କୁ ମଧ୍ୟ ପ୍ରଶଂସା କରିବା ସହ ପ୍ରଯୁକ୍ତି ବିଦ୍ୟା ଏବଂ ସ୍ବାଦର ମିଶ୍ରଣ ଭବିଷ୍ୟତର ଅର୍ଥନୀତି ପାଇଁ ପଥ ପ୍ରଶସ୍ତ କରିବ ବୋଲି ବିସ୍ତୃତ ଭାବେ କହିଥିଲେ। ପ୍ରଧାନମନ୍ତ୍ରୀ ଆଜିର ପରିବର୍ତ୍ତନଶୀଳ ବିଶ୍ୱରେ ଖାଦ୍ୟ ନିରାପତ୍ତାର ଅନ୍ୟତମ ପ୍ରମୁଖ ଆହ୍ବାନ ଉପରେ ବିସ୍ତୃତ ଆଲୋକପାତ କରିବା ସହ ୱାଲର୍ଡ ଫୁଡ୍ ଇଣ୍ଡିଆର ଗୁରୁତ୍ୱ ଉପରେ ମଧ୍ୟ ବିସ୍ତୃତ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ଫଳାଫଳ ଦେଶର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଏକ ପ୍ରମୁଖ କ୍ଷେତ୍ର ଭାବେ ସ୍ବୀକୃତି ଦେବାର ଏକ ବଡ଼ ଉଦାହରଣ ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି ଗୁରୁତ୍ୱାରୋପ କରିଥିଲେ।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
କ’ଣ ଭାରତରେ ଲିଭ୍ ଇନ୍ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ
ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...
Archives


