ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି। ରାଜଧାନୀ ଦିଲ୍ଲୀ ପ୍ରଦୂଷଣରେ ଅଣନିଃଶ୍ୱାସୀ ହେଉଛି। ସେଠାରେ ସ୍କୁଲ ବନ୍ଦ ସହ ଶିଳ୍ପାନୁଷ୍ଠାନ ଓ ନିର୍ମାଣ କାର୍ଯ୍ୟ ଉପରେ କଟକଣା ଜାରି କରାଯାଇଛି। ସହରାଞ୍ଚଳଗୁଡ଼ିକ ବେଳକୁ ବେଳ ଅତି ପ୍ରଦୂଷିତ ହେବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ଅନେକ ସହର ପ୍ରଦୂଷିତ ହେବାରେ ଲାଗିଛି। ଆସନ୍ତା ୧୨ ତାରିଖରେ ଆଲୋକର ପର୍ବ ଦୀପାବଳି ପାଳନ ହେବ। ଏହି ଅବସରରେ ଆତସବାଜିରେ ସାରା ରାଜ୍ୟ କମ୍ପିବ। ଏଥିଯୋଗୁ ବାୟୁ ଅତିମାତ୍ରାରେ ପ୍ରଦୂଷିତ ହେବ। ବାୟୁରେ କାର୍ବନ ଡାଇଅକ୍ସାଇଡଠାରୁ ଆରମ୍ଭ କରି କାର୍ବନ ମନୋକ୍ସାଇଡ, ନାଇଟ୍ରୋଜେନ ଡାଇଅକ୍ସାଇଡ, ସଲଫର ଡାଇଅକ୍ସାଇଡ ଭଳି ବିଷାକ୍ତ ପଦାର୍ଥ ବାୟୁ ମଣ୍ଡଳରେ ଭରି ଯିବ। ଶୀତଦିନ ଆରମ୍ଭ ହୋଇଥିବାରୁ ଏବେ ଅଧିକାଂଶ ଲୋକ ଥଣ୍ଡା ଓ କାଶରେ ଆକ୍ରାନ୍ତ ହୋଇଛନ୍ତି। ବାୟୁ ପ୍ରଦୂଷଣ ଯୋଗୁ ଏହା ଆହୁରି ସଂକ୍ରମିତ ହେବାର ସମ୍ଭାବନା ରହିଛି। କେବଳ ମନୁଷ୍ୟ ନୁହନ୍ତି ଜୀବଜନ୍ତୁ ମଧ୍ୟ ଆତସବାଜି ଯୋଗୁ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଦୀପାବଳି ପାଇଁ ସୋମବାର ଏକ ଗାଇଡ୍‌ ଲାଇନ ଜାରି କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ରାତି ୧୦ଟାରୁ ସକାଳ ୬ଟା ଯାଏ ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି। ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ, ଧାର୍ମିକ ସ୍ଥଳର ୧୦୦ ମିଟର ମଧ୍ୟରେ କୌଣସି ପ୍ରକାର ଶବ୍ଦକୁ ବାରଣ କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। ଏଥିସହିତ ଅତି ଉଚ୍ଚ ଶବ୍ଦ କରୁଥିବା ଯନ୍ତ୍ରାଂଶ, ଡିଜେ ଆଦି ୬୫ ଡେସିବଲକୁ ଅତିକ୍ରମ ନ କରିବାକୁ ପରାମର୍ଶ ଦିଆଯାଇଛି। ଉପରୋକ୍ତ ଗାଇଡ୍‌ ଲାଇନ ଖିଲାପ କଲେ ଓଡ଼ିଶା (ଆତସବାଜି ଓ ଡାକବାଜି ଯନ୍ତ୍ର ପ୍ରବିଧାନ) ଆଇନ ୧୯୫୮ ଏବଂ ଶବ୍ଦ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ୨୦୦୦ ଅନୁଯାୟୀ ଦଣ୍ଡ ବିଧାନ କରାଯିବ ବୋଲି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri