Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ଚନ୍ଦ୍ର କୋଣଭାବରେ ଥିବାରୁ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବ। ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ପାରିବାରିକ କଥାକୁ ନେଇ ମନରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ।
ବୃଷ
ବୃଷ
ରବି ରାଶିସ୍ଥ ଚନ୍ଦ୍ରଜନିତ ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ। ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଜମତା ରକ୍ଷା ନ କଲେ ସ୍ବାସ୍ଥ୍ୟହାନିର ସମ୍ଭାବନା ରହିଛି। ସହକର୍ମୀମାନେ ପରାମର୍ଶ ଲୋଡ଼ିପାରନ୍ତି। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ।
ମିଥୁନ
ମିଥୁନ
ରବିଙ୍କ ଦୁର୍ବଳତା ହେତୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁସମ୍ପର୍କ କ୍ଷେତ୍ରରେ ସମୟାନୁକ୍ରମେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଆଜି ଦିନଟିରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କର୍କଟ
କର୍କଟ
ଶନିଦୃଷ୍ଟ ଚନ୍ଦ୍ର ପ୍ରଭାବରେ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆର୍ଥିକ ଅନଟନର ସମ୍ମୁଖୀନ ହେବା କାରଣରୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ। ଶନିଙ୍କ ଶୁଭପ୍ରଭାବ ଯୋଗୁ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ଦୁଃସ୍ଥାନସ୍ଥ ଚନ୍ଦ୍ର ହେତୁ ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ। ଅପେକ୍ଷା କରିଥିବା ସରକାରୀ ସ୍ତରରୁ ଖବରଟି ମଧ୍ୟାହ୍ନ ପରେ ପାଇବେ।
ତୁଳା
ତୁଳା
କର୍ମାଧିପ ଲାଭସ୍ଥ ଯୋଗୁ ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାଯ୍ୟ ପ୍ରାପ୍ତ ହେବ। ଏଜେନ୍‌ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ। ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ବିଛା
ବିଛା
ନୀଚଭାବରେ କର୍ମାଧିପ ରହିଥିବାରୁ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ। ରାଜନୀତି, ପ୍ରେସ୍‌, ପବ୍ଲିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
ବୁଧଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଅବନ୍ନତିଜନିତ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହାକଥା ଶୁଣନ୍ତୁ ନାହିଁ ।
ମକର
ମକର
ପାପଗ୍ରହମାନଙ୍କ ସ୍ଥିତିଜନିତ କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମସ୍ୟାମୂଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
କୁମ୍ଭ
କୁମ୍ଭ
କର୍ମଭାବରେ ବୁଧଥିବାରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅବସର ବିନୋଦନ କ୍ଷେତ୍ରରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ।
ମୀନମୀନ

ଚତୁର୍ଥାଧିପ ନିଜ ଭାବରୁ ଷଷ୍ଠସ୍ଥ ଯୋଗୁ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ବନ୍ଧୁମାନଙ୍କ ଟୁପ୍‌ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ମାଲିକଙ୍କ ସହିତ ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଧୀରସ୍ଥିର ମନଦେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri