Posted inଜାତୀୟ

ତଦନ୍ତକାରୀ ସଂସ୍ଥା ସରକାର ଚଳାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୧ ଗଣମାଧ୍ୟମ ପ୍ରତିନିଧିମାନେ ନିଜସ୍ବ ଉତ୍ସରୁ ଖବର ସଂଗ୍ରହ କରିଥାନ୍ତି। କୌଣସି ତଦନ୍ତ ପାଇଁ ସାମ୍ବାଦିକଙ୍କ ଡିଜିଟାଲ ଉପକରଣ ଜବତ କରିବା ନିମନ୍ତେ କେନ୍ଦ୍ର ସରକାର ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଖବରଦାତାଙ୍କ ଉପକରଣ ଜବତ ପାଇଁ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକ ପାଇଁ ସବିଶେଷ ଗାଇଡ୍‌ଲାଇନ ରଖିବା ନିମନ୍ତେ ଫାଉଣ୍ଡେଶନ ଫର୍‌ ମିଡିଆ ପ୍ରଫେସନାଲ ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବାବେଳେ ଏହାର ଶୁଣାଣି ଅବସରରେ ଜଷ୍ଟିସ ସଞ୍ଜୟ କିଷନ କୌଲ ଏବଂ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଖବରଦାତାମାନଙ୍କ ଡିଜିଟାଲ ଉପକରଣ ଜବତ କରିବା ଏକ ଗମ୍ଭୀର ବିଷୟ। ସେମାନଙ୍କର ନିଜସ୍ବ ଉତ୍ସ ରହିଛି। ଆମକୁ ଗୋପନୀୟତା ମୌଳିକ ଅଧିକାରକୁ ବଜାୟ ରଖିବାକୁ ହେବ। ଏଥିରେ ସନ୍ତୁଳନ ରହିବା ଜରୁରୀ ବୋଲି ଖଣ୍ଡପୀଠ କହିବା ସହ ପରବର୍ତ୍ତୀ ଶୁଣାଣି ଡିସେମ୍ବର ୬କୁ ଧାର୍ଯ୍ୟ କରିଛନ୍ତି। ଏହି ସମୟ ମଧ୍ୟରେ କେନ୍ଦ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରନ୍ତୁ, ନଚେତ୍‌ ଆମକୁ କରିବାକୁ ଦିଅନ୍ତୁ ବୋଲି ଖଣ୍ଡପୀଠ କହିଛନ୍ତି। ତଦନ୍ତକାରୀ ସଂସ୍ଥା ସରକାର ଚଳାଇପାରିବ ନାହିଁ ବୋଲି ଜଷ୍ଟିସ୍‌ କୌଲ କହିଥିଲେ। କେନ୍ଦ୍ର ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁ କହିଥିଲେ, ଏହା ଏକ ଜଟିଳ ଆଇନଗତ ପ୍ରସଙ୍ଗ। ଗଣମାଧ୍ୟମର ଅଧିକାର ରହିଛି, କିନ୍ତୁ ଏହା ଆଇନର ଊର୍ଦ୍ଧ୍ୱରେ ନୁହେଁ ବୋଲି ରାଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri