Posted inଖେଳ

ଭାରତ ଶ୍ରେଷ୍ଠ ୬ଷ୍ଠ ସ୍ଥାନକୁ ଫେରିଲା

ନୂଆଦିଲ୍ଲୀ, ୮ା୧୧(ପି.ଟି.): ନିକଟରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଓ ହାଙ୍ଗ୍‌ଝୋ ଏସିଆନ ଗେମ୍ସରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତୀୟ ମହିଳା ହକି ଦଳ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଏହାର ଶ୍ରେଷ୍ଠ ୬ଷ୍ଠ ସ୍ଥାନ ପୁନଃ ଦଖଲ କରିବାରେ ସମର୍ଥ ହୋଇଛି। ଭାରତ ବର୍ତ୍ତମାନ ୨୩୬୮.୮୩ ରେଟିଂ ପଏଣ୍ଟ ସହ ଇଂଲଣ୍ଡ ଆଗରେ ୬ଷ୍ଠ ସ୍ଥାନରେ ରହିଛି। ଏସିଆନ ଗେମ୍ସ ପୂର୍ବରୁ ଭାରତ ୮ମ ସ୍ଥାନରେ ରହିଥିଲା। କିନ୍ତୁ ଦଳ ମହାଦେଶୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ରାଞ୍ଚତ୍ରେ ଅପରାଜେୟ ରହିବା ସହ ଏସିଆନ ଚାମ୍ପିୟନ୍ସ ଟ୍ରଫି ଟାଇଟଲ ହାସଲ କରିବା ଦ୍ୱାରା ଏହାର ଶ୍ରେଷ୍ଠ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ଙ୍କୁ ଫେରିଥିଲା। ପୂର୍ବରୁ ଦଳକୁ ଏହି ସଫଳତା ଗତବର୍ଷ ଜୁନ୍‌ରେ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ରେ ମିଳିଥିଲା। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ ବିଶ୍ୱର ଶ୍ରେଷ୍ଠ ଦଳ ଭାବେ ୩୪୨୨.୪୦ ପଏଣ୍ଟ ସହ ପୂର୍ବ ଭଳି ପ୍ରଥମ ସ୍ଥାନରେ ରହିଥିବା ବେଳେ ଅଷ୍ଟ୍ରେଲିଆ (୨୮୧୭.୭୩ ପଏଣ୍ଟ) ଓ ଆର୍ଜେଣ୍ଟିନା (୨୭୬୬.୯୦ ପଏଣ୍ଟ) ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଅଛନ୍ତି। ଭାରତ ଉପରକୁ ଥିବା ଅନ୍ୟ ଦୁଇ ଦଳ ବେଲଜିୟମ(୨୬୦୮.୭୭ ପଏଣ୍ଟ) ଚତୁର୍ଥ ଓ ଜର୍ମାନୀ (୨୫୭୩.୭୨ ପଏଣ୍ଟ) ପଞ୍ଚମରେ ରହିଛନ୍ତି। ରାଞ୍ଚତ୍ରେ ଜାନୁୟାରୀ ୧୩ରୁ ୧୯ ପର୍ଯ୍ୟନ୍ତ ହେବାକୁଥିବା ଏଫ୍‌ଆଇଏଚ୍‌ ହକି ଅଲିମ୍ପିକ କ୍ୱାଲିଫାୟର୍ସ ପୂର୍ବରୁ ବିଶ୍ୱ ର଼୍ୟାଙ୍କିଙ୍ଗରେ ଉନ୍ନତି ଭାରତର ଆତ୍ମବିଶ୍ୱାସ ବୃଦ୍ଧିରେ ସହାୟକ ହେବ। ଆସନ୍ତାବର୍ଷର ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ପାଇଁ ଅନୁଷ୍ଠିତ ହେବାକୁଥିବା ପ୍ରତିଯୋଗିିତାରେ ଜର୍ମାନୀ, ନ୍ୟୁଜିଲାଣ୍ଡ, ଜାପାନ, ଚିଲି, ଯୁକ୍ତରାଷ୍ଟ୍ର ଆମେରିକା, ଇଟାଲୀ ଓ ଚେକ୍‌ ରିପବ୍ଲିକ ସହ ମୁକାବିଲା କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri