୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି ସରକାରୀ ଛୁଟି ଦିବସ ରହିଛି। ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଛି। ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଥିବାବେଳେ

ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି। କର୍ମଚାରୀମାନେ ଏହି ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଗୋଟିଏ ଦିନ ନିଜ ସୁବିଧା ଅନୁସାରେ ଛୁଟି ନେଇପାରିବେ। ଜାନୁୟାରୀ ୧୭ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୩୦ରେ ଇଷ୍ଟର ଶନିବାର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୧୫ରେ ବାହୁଡ଼ାଯାତ୍ରା ଓ ଡିସେମ୍ବର ୨୪ରେ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି।
ସେହିପରି ୨୦୨୪ ଏପ୍ରିଲ ୭ ରବିବାରରେ ‘ସବ୍‌-ଇ-କଦର’, ନଭେମ୍ବର ୧୦ ରବିବାରରେ ଅଁଳାନବମୀ ଓ ନଭେମ୍ବର ୨୩ ଚତୁର୍ଥ ଶନିବାରରେ ପ୍ରଥମାଷ୍ଟମୀ ପଡ଼ୁଥିବାରୁ ଏହିସବୁ ଇଚ୍ଛାଧୀନ ଛୁଟି ପ୍ରଭାବିତ ହୋଇଛି।
ରବିବାର ଏପ୍ରିଲ ୧୪ରେ ମହାବିଷୁବ ସଂକ୍ରାନ୍ତି, ଜୁଲାଇ ୭ ରବିବାର ରଥଯାତ୍ରା, ସେପ୍ଟେମ୍ବର ୮ ରବିବାରରେ ନୂଆଖାଇ, ଅକ୍ଟୋବର ୧୨ରେ ଦ୍ୱିତୀୟ ଶନିବାର ମହାନବମୀ ଓ ଅକ୍ଟୋବର ୧୩ ରବିବାର ବିଜୟାଦଶମୀ ପଡ଼ୁଛି। ଏସବୁ ଦିନଗୁଡ଼ିକ ସାଧାରଣତଃ ଛୁଟି ଦିବସ ଘୋଷଣା ହୋଇଥାଏ।
ଏହି ଛୁଟିଦିନଗୁଡ଼ିକୁ ବାଦ୍‌ ଦେଲେ ରାଜ୍ୟ କର୍ମଚାରୀମାନଙ୍କୁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ। ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅନ୍ୟ ଏକ ବିଜ୍ଞପ୍ତିରେ ରାଜ୍ୟରେ ଥିବା ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ସଂସ୍ଥାଗୁଡ଼ିକ ନିମନ୍ତେ ୨୦ଟି ସରକାରୀ ଛୁଟି ଦିବସ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri