Posted inପୁରୀ

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା

ପୁରୀ ଅଫିସ, ୧୦ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ ହେବ। କେତେକ ମଠରେ ଏହା ପାଞ୍ଚଦିନ ଧରି ଅନୁଷ୍ଠିତ ହେବ ବୋଲି ଜଣାପଡିଛିି। ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣଙ୍କ ବିଳାସମୟ ଦୋଳିଖେଳ। ଭଜନ, କୀର୍ତ୍ତନରେ ଗୁଞ୍ଜରିତ ହେବ ମଠ, ମନ୍ଦିର। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛିି। ତେବେ ମଠ, ମନ୍ଦିର ସଂସ୍କୃତିକୁ ନେଇ ସମୃଦ୍ଧ ଶ୍ରୀକ୍ଷେତ୍ର ଝୁଲଣ ଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛିି। ବିଭିନ୍ନ ଦେବାଳୟରେ ପ୍ରସ୍ତୁତ ହୋଇଯାଇଛି ଝୁଲଣ କୁଞ୍ଜ। କୁଞ୍ଜ ପରିସରକୁ ଜରି ଜମ୍ବୁରାରେ ଆକର୍ଷଣୀୟ ଭାବେ ସଜେଇ ଦିଆଯାଇଛିି। ଏଥିସହ ବିଭିନ୍ନ ପ୍ରକାର ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି କୁଞ୍ଜ ପରିସର। ଏହି ସୁସଜ୍ଜିତ କୁଞ୍ଜରେ ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣ ଦୋଳିରେ ଝୁଲିବେ।
ଶ୍ରୀକ୍ଷେତ୍ରରେ ରହିଛି ଅନେକ ପୁରାତନ ମଠ। ପ୍ରାୟ ଅଧିକାଂଶ ମଠରେ ପୂଜା ପାଉଛନ୍ତି ରାଧାକୃଷ୍ଣ। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ରାଧା ଦାମୋଦରଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁମାନେ ପୁରୀ ଆସିଛନ୍ତିି। ବିଶେଷକରି ଶ୍ରୀକ୍ଷେତ୍ରରେ ଜଗନ୍ନାଥ ବଲ୍ଲଭ ମଠ, ନେବଳ ଦାସ ମଠ, ହରିଦାସ ମଠ, ଉତ୍ତରପାର୍ଶ୍ୱ ମଠ, ଜିୟର ସ୍ବାମୀ, ରାଧାବଲ୍ଲଭ ମଠ, ବଡ଼ ଓଡ଼ିଆ ପ୍ରଭୃତି ମଠରେ ବେଶ୍‌ ଆଡମ୍ବରରେ ଅନୁଷ୍ଠିତ ହେବ ଝୁଲଣ ଯାତ୍ରା। ଏହି ଉପଲକ୍ଷେ ବିଭିନ୍ନ ମଠରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛିି। ନେବଳ ଦାସରେ ୫ ଦିନ ଧରି ଝୁଲଣ ଅନୁଷ୍ଠିତ ହେବ। ବିଭିନ୍ନ ଦିବସରେ ରାଧାକୃଷ୍ଣ, ଲକ୍ଷ୍ମୀ ନାରାୟଣ, ଲକ୍ଷ୍ମୀନୃସିଂହ ଏବଂ ରାମ ଲକ୍ଷ୍ମଣ ସୀତା କୁଞ୍ଜରେ ଦୋଳି ଖେଳିବେ। ପ୍ରତ୍ୟହ ନିତ୍ୟ ଆଳତୀ ପରେ ପ୍ରଭୁଙ୍କ ପାଇଁ ଝୁଲଣ ଆଳତୀ କରାଯିବ। ଏଥିସହ ସ୍ବତନ୍ତ୍ର ଭୋଗ ମଧ୍ୟ ଲାଗି କରାଯିବ। ପ୍ରତ୍ୟହ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ପାଲା, ଦାସକାଠିଆ ଓ ପାରମ୍ପରିକ ଭଜନ ପରିବେଷଣ କରାଯିବ। ଏହାବ୍ୟତୀତ ଅନ୍ୟାନ୍ୟ ମଠ ମନ୍ଦିରରେ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri