ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି। ଏପରିକି କେତେକ ଅକର୍ମଣ୍ୟ ଅଥବା ଜୀବନ ହରାଇଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ଅନ୍ୟାନ୍ୟ କର୍ମଭିତ୍ତିକ ନିଯୁକ୍ତି ଯୋଜନାରେ ଭିଟାମାଟିରେ କର୍ମ ଯୋଗାଇ ଦେବାକୁ ସରକାର ଉଦ୍ୟମ କରୁଛନ୍ତି। ହେଲେ ଏହା ପର୍ଯ୍ୟାପ୍ତ ହେଉ ନ ଥିବାରୁ ଏବେ ବି ବହୁ ସଂଖ୍ୟାରେ ଶ୍ରମିକ ଦାଦନ ଖଟିବାକୁ ଯାଉଛନ୍ତି। ଅପରପକ୍ଷରେ ଦାଦନ ଶ୍ରମିକମାନେ କିପରି ସୁରକ୍ଷିତଭାବେ ବାହାର ରାଜ୍ୟକୁ କାମ କରିବାକୁ ଯିବେ ତାକୁ ଆଖି ଆଗରେ ରଖି ଜିଲା ପ୍ରଶାସନ,ପୋଲିସ ପ୍ରଶାସନ ଏବଂ ଆଡ଼ ଏଟ ଆକ୍ସନ ସଂସ୍ଥା ମିଳିତ ଭାବେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଗତ ଅକ୍ଟୋବର ୧୦ତାରିଖରେ ଲାଠୋର ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ମିଶନ ଉଦ୍ଧାର-୨ ସଚେତନତା କାର୍ଯ୍ୟକ୍ରମ ସଂସ୍ଥାର ପ୍ରୋଗ୍ରାମ ଅଫିସର ସରୋଜ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲାପାଳ ଚଞ୍ଚଳ ରାଣା, ଏସ୍‌ପି ଋଷିକେଷ ଖିଲାରି, ପାଟଣାଗଡ଼ ଉପଜିଲାପାଳ ଡ଼. ବୀଜୟାନନ୍ଦ ସେଠୀ, ଏସ୍‌ଡ଼ିପିଓ ଜ୍ୟୋତିର୍ମୟ ଭୁକ୍ତା, ଜିଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ ଉପସ୍ଥିତ ଥିଲେ। ପ୍ରଶାସନର ନଜରରେ କାମ କରିବାକୁ ଯିବାକୁ ଜିଲାପାଳ ଅନୁରୋଧ କରିଥିଲେ। କୌଣସି ସର୍ଦ୍ଦାର ବେଆଇନ ଭାବେ ନାବାଳକ, ଗର୍ଭବତୀ ମହିଳା ଏବଂ ବୟସ୍କ ଲୋକଙ୍କୁ ବାହାର ରାଜ୍ୟକୁ ନେଉଥବା ନେଇ ସ୍ଥାନୀୟ ପିଆରଆଇ ମେମ୍ବର, ଅଙ୍ଗନୱାଡ଼ି କର୍ମୀ, ଆଶାକର୍ମୀ ଓ ସ୍ଥାନୀୟ ଥାନାକୁ ଖବର ଦେଲେ ଶ୍ରମିକମାନଙ୍କୁ ଏଠାରେ କାମ ଯୋଗାଇ ଦିଆଯିବ ବୋଲି କୁହାଯାଇଥିଲା। ହେଲେ ଏଠାରେ ଆରମ୍ଭରୁ ଶିଶୁମାନେ ସେମାନଙ୍କ ପରିବାର ବର୍ଗ ସହ ବାହାର ରାଜ୍ୟକୁ ଯାଉଥିବା ଦେଖାଯାଉଛି। ହରିଶଙ୍କର ରୋଡ଼ ରେଳ ଷ୍ଟେଶନରୁ ହଜରତ ନିଜାମୁଦ୍ଦିନ-ବିଶାଖାପାଟଣା ସମତା ଏକ୍ସପ୍ରେସ ଏବଂ ବିଳାସପୁର-ତିରୁପତି ଏକ୍ସପ୍ରେସ ଆଦି ଟ୍ରେନରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଏନେଇ ଜିଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀଙ୍କୁ ତାଙ୍କ ମୋବାଇଲ ନଂ ୮୩୨୮୯୨୨୯୨୭ରେ ଯୋଗାଯୋଗ କରାଯାଇଥିଲା। ରିଙ୍ଗ ହୋଇଥିଲେ ବି ସେ ରିସିଭ ନ କରିବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri