Posted inଖେଳ

ଦକ୍ଷିଣ ଆଫ୍ରିକା ଆଗରେ ୨୪୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଲା ଆଫଗାନିସ୍ତାନ

ଅହମ୍ମଦାବାଦ,୧୦।୧୧: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପର ୪୨ତମ ମ୍ୟାଚ୍‌ରେ ଆଫଗାନିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳର ଆଜମତୁଲ୍ଲା ର୍ମିଜାଙ୍କ ଦମ୍‌ଦାର ୯୭ ରନ୍‌ ବଳରେ ଆଫଗାନିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୧୦ ଉଇକେଟ ହରାଇ ୨୪୪ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୫ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ଆଫଗାନିସ୍ତାନ।

ଆଫଗାନିସ୍ତାନ ଦୁଇ ଓପନର ରହମାନୁଲ୍ଲା ଗୁରୁବାଜ୍‌ ଏବଂ ଇବ୍ରାହିମ ଜାଦ୍ରାନ୍‌ ପଡ଼ିଆକୁ ଓହ୍ଲାଇଥିଲେ। ଗୁରୁବାଜ୍‌ ୨୫ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଜାଦ୍ରାନ୍‌ ୧୫ ରନ୍‌ କରିଥିଲେ। ଫଳରେ ଆଫଗାନିସ୍ତାନ ପ୍ରାରମ୍ଭରୁ ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। ରହମତ୍‌ ଶାହା କିଛି ସମୟ କ୍ରିଜ୍‌ରେ ରଖି ଦଳକୁ ଆଗକୁ ନେଇଥିଲେ। ହେଲେ ସେ ମଧ୍ୟ ୪୬ ବଲ୍‌ରେ ୨୬ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଅଧିନାୟକ ହସମତୁଲ୍ଲା ଶାହିଦି ମଧ୍ୟ ୨ ରନ୍‌ କରି ବିଫଳ ହୋଇଥିଲେ। ହେଲେ ଆଜମତୁଲ୍ଲା ର୍ମିଜା ଧର୍ଯ୍ୟର ସହ ଖେଳି ଦଳୀୟ ସ୍କୋରକୁ ଆଗକୁ ନେଇଥିଲେ। ସେ ୧୦୭ ବଲ୍‌ ଖେଳି ୭ ଚଉକା ଏବଂ ୩ ଛକା ସହାୟତାରେ ୯୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଫଳରେ ଆଫଗାନିସ୍ତାନ ୨୪୪ ରନ୍‌ର ସମ୍ମାନଜନକ ସ୍କୋର କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri