Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଆକାଉଣ୍ଟରେ ମାତ୍ର ୫୭୪ ଟଙ୍କା, ନିଜ ନାମରେ ନାହିଁ କାର…

ନୂଆଦିଲ୍ଲୀ,୧୩।୧୧ : ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଉଣ୍ଟରେ ମାତ୍ର ୫୭୪ ଟଙ୍କା ଅଛି। ଏହା ହାସ୍ୟାସ୍ପଦ ନୁହେଁ ଏହା ସତ୍ୟ। ବାସ୍ତବରେ, ୩୧ ମାର୍ଚ୍ଚ, ୨୦୨୩ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ ଘୋଷିତ ସମ୍ପତ୍ତି ଦର୍ଶାଉଛି ସେ କୌଣସି ଶେୟାରରେ କିମ୍ବା ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ କରିନାହାଁନ୍ତି। ଏପରିକି ପ୍ରଧାନମନ୍ତ୍ରୀଙ୍କ ନାମରେ କୌଣସି କାର ନାହିଁ।

ବାସ୍ତବରେ, ଏହି ସମସ୍ତ ସୂଚନା ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ୱେବସାଇଟରେ ଦିଆଯାଇଛି। ଯେଉଁଥିରେ ପିଏମ ମୋଦିଙ୍କ ସମ୍ପତ୍ତି ଘୋଷଣା କରାଯାଇଛି। ଏହି ସୂଚନା ଅନୁଯାୟୀ, ମୋଦିଙ୍କର କେବଳ ୪ଟି ମୁଦି ଅଛି, ଯାହା ସୁନାରେ ନିର୍ମିତ ଏବଂ ଏହାର ମୂଲ୍ୟ ୨,୦୧,୬୬୦ ଟଙ୍କା। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀଙ୍କ ନାମରେ କୌଣସି ସମ୍ପତ୍ତି ନାହିଁ।

ଯେଉଁଠାରେ ପ୍ରଧାନମନ୍ତ୍ରୀଙ୍କ ପାଖରେ ନଗଦ ୩୦,୨୪୦ ଟଙ୍କା ଏବଂ ବ୍ୟାଙ୍କରେ ୫୭୪ ଟଙ୍କା ରହିଛି। ତେବେ, ତାଙ୍କ ନାମରେ ଥିବା ଏଫଡିରେ ୨ କୋଟି ୪୭ ଲକ୍ଷ ୪୪ ହଜାର ଅଛି । ଡାକଘରେ ଜାତୀୟ ଯୋଜନା ପ୍ରଧାନମନ୍ତ୍ରୀଙ୍କ ନାମରେ ଅଛି ଯାହାର ମୂଲ୍ୟ ୯ ଲକ୍ଷ ୧୯ ହଜାର ଟଙ୍କା। ପ୍ରଧାନମନ୍ତ୍ରୀଙ୍କର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ଏକ ଆକାଉଣ୍ଟ ଅଛି।

ସୂଚନା ଅନୁସାରେ ମୋଟ ସମ୍ପତ୍ତି ୨ କୋଟି ୫୮ ଲକ୍ଷ ୯୬ ହଜାର ପିଏମ ମୋଦିଙ୍କ ନାମରେ ଅଛି। ଏହି ସୂଚନା ପ୍ରତିବର୍ଷ ପିଏମଓ ଦ୍ୱାରା ଦିଆଯାଇଥାଏ । ଗତ ବର୍ଷ ତୁଳନାରେ ଯଦି ପିଏମ ମୋଦିଙ୍କ ସମ୍ପତ୍ତିରେ ୪ ପ୍ରତିଶତ ଅଭିବୃଦ୍ଧି ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri