ଗରା, ମାଠିଆ ରଖି ରାସ୍ତା ଅବରୋଧ: ହଟହଟା ହେଲେ ଯାତ୍ରୀ

ଆର୍‌ ଉଉଦୟଗିରି,୧୩।୧୧(ମନୋଜ କୁମାର ପାଢୀ) ଗଜପତି ଜିଲା ଆର୍‌ ଉଦୟଗିରି ଗ୍ରାମରେ ୧୦ ଦିନ ହେଲା ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏହି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇ ନ ଥିଲା। ଏହାର ପ୍ରତିବାଦରେ ଗ୍ରାମର ସରଳାସାହି ଏବଂ ଖ୍ରୀଷ୍ଟିଆନ ସାହିର ମହିଳାମାନେ ସୋମବାର ଗ୍ରାମର ମୁଖ୍ୟରାସ୍ତାରେ ଗରା, ମାଠିଆ ରଖି ମୋହନା- ପାରଳାଖେମଣ୍ଡ ମୁଖ୍ୟ ରାସ୍ତା ଅବରୋଧ କରି ରଖିଥିଲେ।

ଫଳରେ ରାସ୍ତାରେ ୨ଘଣ୍ଟା ଯାନବାହନ ଚଳାଚଳ ବନ୍ଧ ରହିଥିଲା। ଏହାଦ୍ବାରା ଯାତ୍ରୀମାନେ ହଇରାଣ ହରକତ ହୋଇଥିଲେ। ପ୍ରକାଶ ଯେ, ଆର୍‌ ଉଦୟଗିରି ଗ୍ରାମର ସରଳାସାହି ଓ ଖ୍ରୀଷ୍ଟାଆନ ସାହିକୁ ୧୦ ଦିନ ହେବ ପାଣି ନ ଆସିବା ପରେ ସୋମବାର ଦୁଇ ସାହିର ମହିଳା ଏକତ୍ରିତ ହୋଇ ଥାନା ଓ ତହସିଲଦାର ଅଫିସ ନିକଟର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ।

ଖବର ପାଇ ତହସିଲଦାର ଯ୍ୟୋତିମୟୀ ଦାସ, ଥାନା ଅଧିକାରୀ ପ୍ରଶାନ୍ତ ମିଲିକ ଓ ଜିପିଇଓ ଶଶାଙ୍କ ସେଖର ସୁବୁଦ୍ଧି ଘଟଣାସ୍ଥଳରେ ପହଞ୍ଚି ମହିଳାମାନଙ୍କୁ ବୁଝାଶୁଜା କରିବା ସହ ବ୍ଳକ କାର୍ଯ୍ୟାଳୟରେ ଅଧିକାରୀ ଏବଂ ବିଭାଗୀୟ ଯନ୍ତୀଙ୍କ ସହ ବୈଠକ କରି ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ମହିଳାମାନେ ରାସ୍ତାରୁ ଗରା ଓ ମାଠିଆ ବାହାର କରି ରାସ୍ତା ଅବରୋଧରୁ ହଟିଥିଲେ। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଫଳରେ ଯାତ୍ରୀମାନେ ହଟହଟା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri