ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି ପୁରୁଣାବଜାର ଥାନା ଅଧୀନ ଶଙ୍କରପୁର ସାହିରେ ଘର ଉପରେ ରକେଟ୍‌ ବାଣ ପଡ଼ି ଗୁଲାମ ରବାନୀଙ୍କ ୨ ବଖରା ଘର ଜଳିଯାଇଛି। ତିହିଡ଼ି ଥାନା ଅଧୀନ ମୁକୁନ୍ଦପୁର ପଞ୍ଚାୟତ ଆରସାଡିହ ଗ୍ରାମର ପୂର୍ଣ୍ଣଚନ୍ଦ୍ର ରାଉତ(୧୬) ଓ ପୀରହାଟ ଥାନା ବାମନବିନ୍ଧା ପଞ୍ଚାୟତ କାନପୁର ଗ୍ରାମର ଗଣେଶ୍ୱର ବେହେରା(୩୬) ବାଣ ଫୁଟାଇବା ବେଳେ ତାଙ୍କ ହାତରେ ବାଣ ଫୁଟି ପାପୁଲି ନଷ୍ଟ ହୋଇଯାଇଛି। ସେହିପରି ଅଚକ ପଞ୍ଚାୟତ ନନ୍ଦପୁର ଗ୍ରାମର ଚକ୍ରଧର ମହାରଣା(୨୨)ଙ୍କର ଆଙ୍ଗୁଳି ଓ ଉତ୍ତରବାହା ଗ୍ରାମର ସତ୍ୟକାନ୍ତ ସାହୁ(୨୨)ଙ୍କର ପାପୁଲି ପୋଡ଼ିଯାଇଛି। ୪ଆହତଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୯ ଆହତ ହେଲେ ବନ୍ତ ବ୍ଲକ ସରମରା ଗ୍ରାମର ରଶ୍ମିରଞ୍ଜନ ନାୟକ(୧୨), ଧାମନଗର ବ୍ଲକ ଜାହାଙ୍ଗୀର ଗ୍ରାମର ଅମୂଲ୍ୟ କୁମାର ସେଠୀ, ବାସୁଦେବପୁର ବ୍ଲକ ସୁଗୋର ପୁଚୁ ନାୟକ, ଭଦ୍ରକ ବ୍ଲକ ଅଧୀନ କେଦାରପୁର ପଞ୍ଚାୟତ ଜିତାନଗା ଗ୍ରାମର ଅଂଶୁମାନ ସାହୁ, ଚରମ୍ପା ଗୁଣ୍ଠୁଣିଆ ବଜାରର ଶଶୀକାନ୍ତ ନାୟକ, ଦୋଳସାହିର ଆଦିତ୍ୟ ନାଥ ଓ ଭଦ୍ରକ ବ୍ଲକ ନଛିପୁରର ଲିପ୍ସା ବିଶ୍ୱାଳ। ସେମାନଙ୍କ ମଧ୍ୟରୁ ଅଂଶୁମାନ ଓ ଆଦିତ୍ୟ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri