୧୬, ୧୭ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୫।୧୧(ଅସମାପିକା ସାହୁ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତ୍‌ସିଂହପୁର, ପୁରୀ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ବୁଧବାର ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବା ପରେ ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ୧୬ ଏବଂ ୧୭ତାରିଖରେ ରାଜ୍ୟରେ ବିଭିନ୍ନ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୬ ତାରିଖରେ ଏହି ଅବପାତ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବ। ଓଡ଼ିଶା ଉପକୂଳ ନିକଟ ଦେଇ ଏହା ଗତି କରୁଥିବାରୁ ୧୬ ଓ ୧୭ ତାରିଖରେ ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବନୁମାନ କରିଛି। ୧୬ ତାରିଖରେ ରାଜ୍ୟର ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୩ ଜିଲା ହେଲା ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୧୬ରେ ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୭ତାରିଖରେ ୭ଟି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଉତ୍ତରରୁ ଉପକୂଳ, ପଶ୍ଚିମରୁ ଦକ୍ଷିଣ ସବୁଠି ଥଣ୍ଡା ପଡ଼ିଗଲାଣି। ସକାଳୁ ମେଘୁଆ ପାଗ ରହୁଛି। ରାତିରେ ପାରଦର ସ୍ତର ମଧ୍ୟ କମିଛି। ବିଶେଷ ଭାବେ କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାରେ ଥଣ୍ଡା ଅଧିକ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri