ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ଯୋଡ଼ା,୧୬ା୧୧(ମାନସ ମହାନ୍ତି): ଆଦିବାସୀଙ୍କ ଜୀବନ, ସଂସ୍କୃତି ଏବଂ ସଫଳତାର ଗୌରବମୟ ଇତିହାସକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ନଭେମ୍ବର ୧୫କୁ ବିର୍ସା ମୁଣ୍ଡାଙ୍କ ଜନ୍ମଜୟନ୍ତୀ ଭାବେ ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ଯୋଡ଼ା ଠାରେ ଜନଜାତିର ଗୌରବ ଦିବସ ତଥା ବିର୍ସା ମୁଣ୍ଡାଙ୍କ ୧୪୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ଜେଏସ୍‌ପିଏଲ ସହାୟତାରେ ଯୋଡ଼ା ଆଦିବାସୀ ହୋ ସମାଜ ପକ୍ଷରୁ କଳାପାହାଡ଼ ଛକରେ ବିର୍ସା ମୁଣ୍ଡାଙ୍କର ଏକ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି। ଭିସି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ ଓ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପଦ୍ମଶ୍ରୀ ଡ. ତୁଳସୀ ମୁଣ୍ଡା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି କଳାପାହାଡ଼ ଛକର ନାମକରଣ ବିର୍ସା ମୁଣ୍ଡା ଛକଭାବେ ନାମିତ କରିବାକୁ ଅନୁରୋଧ କରିଥିଲେ। ଯୋଡ଼ା ପୌରାଧ୍ୟକ୍ଷ ଡା. ଜଗଦୀଶ ପ୍ରସାଦ ସାହୁ, ପୂର୍ବତନ ଚମ୍ପୁଆ ବିଧାୟକ ଧନୁର୍ଜୟ ସିଦ୍ଧୁ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିଥିଲେ। ସଞ୍ଜିବ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଭଉଣୀ ଭାଇମାନେ ପାରମ୍ପରିକ ବେଶ ପୋଷାକ ଓ ବାଦ୍ୟର ତାଳେ ତାଳେ ନୃତ୍ୟ ପରିବେଷଣ କରି ସହର ପରିକ୍ରମା କରିଥିଲେ। କେନ୍ଦ୍ରୀୟ ଖେଳପଡ଼ିଆଠାରେ ଆୟୋଜିତ ସଭାରେ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଯୋଡ଼ା ପୌରାଧ୍ୟକ୍ଷ ଡା. ସାହୁ, ଟାଟା ଷ୍ଟିଲ ଯୋଡା ମୁଖ୍ୟ ରାଜେଶ କୁମାର ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଆଇନଜୀବୀ ରମେଶ ଲାଗୁରୀ ଓ ସାମାଜିକକର୍ମୀ ସଞ୍ଜୟ ଗାଗରାଇ ବକ୍ତାଭାବେ ଯୋଗଦେଇ ବିର୍ସା ମୁଣ୍ଡାଙ୍କ ସାହସ ଓ ପରାକ୍ରମ ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri