ଡ୍ରିମ୍‌ସକୁ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର,୧୬।୧୧: ଧନେଶ୍ୱର ରଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମେଡିକାଲ ସାଇନସେସ୍‌ (ଡ୍ରିମ୍‌ସ) କଟକକୁ ନିକଟରେ ଓଡ଼ିଶା ସରକାର ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି। ବିଶେଷ କରି ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ଡାକ୍ତରୀ, ନର୍ସିଂ ଏବଂ ଅନ୍ୟ ସହାୟକ ପାଠ୍ୟକ୍ରମ ଆଦିରେ ଉଚ୍ଚତର ଗୁଣାତ୍ମକ ଶିକ୍ଷାଦାନ, ଗବେଷଣା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ଅନୁକୂଳ ପରିବେଶ ଓ ସୁଯୋଗ ସୃଷ୍ଟି ହେବା ସହିତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନୂତନ ପାଠ୍ୟକ୍ରମ ବିଶ୍ୱବିଦ୍ୟାଳୟରେ ପ୍ରଚଳନ ସମ୍ଭବ ହେବ। ଏପରିକି ଅନ୍ୟ ବିଶ୍ୱବିଦ୍ୟାଳୟ ଭଳି ଏଠାରେ ମଧ୍ୟ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଅନଷ୍ଠିତ ହେବ। ଉକ୍ତ ପ୍ରବେଶିକା ପରୀକ୍ଷା ଜରିଆରେ ଛାତ୍ରୀଛାତ୍ର ନାମ ଲେଖାଇବା ସହିତ ବିଶ୍ୱବିଦ୍ୟାଳୟ ଅଧୀନରେ ପରୀକ୍ଷା ପରିଚାଳନା ବ୍ୟବସ୍ଥା ରହିବ। ସେହିଭଳି ଗ୍ରାମାଞ୍ଚଳ ଭିତ୍ତିିଭୂମିରେ ଗଢ଼ିଉଠିଥିବା ଉକ୍ତ ଶିକ୍ଷାନୁଷ୍ଠାନ ବିଶ୍ୱବିଦ୍ୟାଳୟରେ ପରିଣତ ହେବା ଏକ ବଡ଼ ସଫଳତା ହୋଇଥିବାବେଳେ ଶିକ୍ଷାନୁଷ୍ଠାନର ସ୍ବପ୍ନସାକାର ହୋଇଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ, ଅଭିଭାବକ, ଶିକ୍ଷାପ୍ରେମୀ ଓ କଟକ ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇବା ସଙ୍ଗେ ସଙ୍ଗେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ମଧ୍ୟ ସ୍ବାଗତ କରାଯାଇଛି। ଅପରପକ୍ଷରେ ଶିକ୍ଷାନୁଷ୍ଠାନକୁ ଏଭଳି ଏକ ମର୍ଯ୍ୟାଦାଜନକ ସ୍ବୀକୃତି ମିଳିଥିବାରୁ ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ସମସ୍ତ କର୍ମକର୍ତ୍ତାଙ୍କୁ ‘ଡ୍ରିମ୍‌ସ’ର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ କୃତଜ୍ଞତା ଜଣାଇଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ନଂ. ୮୫୭୩ ତା ୧୫.୧୧.୨୦୨୩ ଅନୁଯାୟୀ ଡ୍ରିମ୍‌ସ ଆଜିଠାରୁ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri