Posted inଖେଳ

ମୁଁ ଖେଳାଳି ନୁହେଁ, ପିଚ୍‌ ଦେଖି ବୋଲିଂ କରେ: ମହମ୍ମଦ ଶାମି

ଅହମ୍ମଦାବାଦ,୧୭।୧୧: ନିଜର ଘାତକ ବୋଲିଂକୁ ନେଇ ବିଶ୍ୱକପ୍‌ରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ଭାରତୀୟ ବୋଲର୍‌ ମହମ୍ମଦ ଶାମି। ଚାପରେ ଥିବା ସତ୍ତ୍ୱେ ସେମିଫାଇନାଲ ମୁକାବିଲାରେ ୭ ଉଇକେଟ ନେଇ ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସେ। ଅନେକେ ତାଙ୍କ ବୋଲିଂକୁ ‘ଅସାଧାରଣ’ ବୋଲି କହୁଥିବା ବେଳେ ସେ ଏବେ ନିଜ ସଫଳତାକୁ ନେଇ ମୁହଁ ଖୋଲିଛନ୍ତି।

ଷ୍ଟାର ସ୍ପୋଟ୍ସକୁ ଶାମି କହିଛନ୍ତି, ତାଙ୍କ ବୋଲିଂରେ କିଛି ଅସାଧାରଣ ନାହିଁ। ସେ କେବେହେଲେ ଖେଳାଳିଙ୍କୁ ଦେଖନ୍ତି ନାହିଁ। ସର୍ବଦା ପିଚ୍‌ରେ ବଲ୍‌ କିଭଳି ବ୍ୟବହାର କରୁଛି ତାହାକୁ ଲକ୍ଷ୍ୟ କରିଥାନ୍ତି। ଯଦି ବଲ୍‌ ସ୍ବିଙ୍ଗ୍‌ ହୋଇ ନ ଥାଏ ତେବେ ‘ଷ୍ଟମ୍ପ ଟୁ ଷ୍ଟମ୍ପ’ ବୋଲିଂ କରିବାକୁ ଚେଷ୍ଟା କରିଥାନ୍ତି, ଫଳରେ ଉଇକେଟ ମିଳିଥାଏ ବୋଲି ସେ କହିଛନ୍ତି।

କହିରଖୁଛୁ, ଶାମି ବିଶ୍ୱକପ୍‌ ପୂର୍ବର ୪ ମୁକାବିଲାରେ ଦଳରେ ସାମିଲ ହୋଇ ନ ଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିବା ପରେ ତାଙ୍କୁ ଏକାଦଶରେ ସ୍ଥାନ ମିଳିଥିଲା। ଏହାପରଠାରୁ ସେ ବୋଲିଂରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଛନ୍ତି। ଫାଇନାଲ ମୁକାବିଲାରେ ମଧ୍ୟ ସେଭଳି ଘାତକ ବୋଲିଂ ସେ କରିବେ ବୋଲି ପ୍ରଶଂସକମାନେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri