Posted inଖେଳ

ଜୟପୁରର ଓ୍ବାକ୍ସ ମ୍ୟୁଜିୟମରେ ସ୍ଥାପନ ହେବ କୋହଲିଙ୍କ ମହମ ପ୍ରତିମୂର୍ତ୍ତି

ଜୟପୁର, ୧୮ା୧୧: ସ୍ଥାନୀୟ ନହରଗଡ଼ ଦୁର୍ଗସ୍ଥିତ ଓ୍ବାକ୍ସ ମ୍ୟୁଜିୟମରେ କ୍ରିକେଟ ଷ୍ଟାର ବିରାଟ କୋହଲିଙ୍କ ଏକ ମହମ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲରେ ଭାରତର ବିଜୟ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ମ୍ୟାଚରେ କୋହଲି ଦିନିକିଆ କ୍ରିକେଟରେ ତାଙ୍କର ୫୦ତମ ଶତକ ହାସଲ କରିଥିଲେ।

ଜୟପୁର ଓ୍ବାକ୍ସ ମ୍ୟୁଜିୟମର ପ୍ରତିଷ୍ଠାତା- ନିର୍ଦ୍ଦେଶକ ଅନୁପ ଶ୍ରୀବାସ୍ତବ କହିଛନ୍ତି, ବିରାଟ କୋହଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପର୍ଯ୍ୟଟକମାନଙ୍କ ବହୁଦିନର ଦାବି ରହିଥିଲା। କୋହଲି ବର୍ତ୍ତମାନ ବିଶ୍ୱ କ୍ରିକେଟର ଉଚ୍ଚତମ ସ୍ତରରେ ପହଞ୍ଚତ୍ୟାଇଛନ୍ତି। ପୁନଶ୍ଚ ଭାରତ ବିଶ୍ୱ ଚାମ୍ପିୟନଶିପ୍‌ ଟ୍ରଫିର ନିକଟତର ହୋଇଛି। ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଏହା ହେଉଛି ଶ୍ରେଷ୍ଠ ମୁହୂର୍ତ୍ତ।

ଶ୍ରୀବାସ୍ତବ କହିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ନିକଟରେ କୋହଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ, ଯାହାଙ୍କୁ ସେ ତାଙ୍କର ଆଦର୍ଶ ବୋଲି ମନେକରିଥାନ୍ତି। ଅନୁପ ଶ୍ରୀବାସ୍ତବଙ୍କ ଅନନ୍ୟ ନିର୍ଦ୍ଦେଶନାରେ ଦୁଇ ସ୍ଥପତି ଗଣେଶ ଓ ଲକ୍ଷ୍ମୀନାରାୟଣ ପ୍ରତିମୂର୍ତ୍ତି ନିର୍ମାଣ କରୁଛନ୍ତି। ମୂର୍ତ୍ତିଟିର ପୋଷାକ ବଲିଉଡ ଡିଜାଇନର ବୋଧ ସିଂ ପ୍ରସ୍ତୁତ କରୁଛନ୍ତି। ଜୟପୁର ଓ୍ବାକ୍ସ ମ୍ୟୁଜିୟମରେ କ୍ରିକେଟର ‘କ୍ୟାପଟେନ କୁଲ୍‌ ’ ଭାବେ ପରିଚିତ ମହେନ୍ଦ୍ର ସିଂ ଧୋନୀଙ୍କର ଏକ ମହମ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି। ଶ୍ରୀବାସ୍ତବ କହିଛନ୍ତି, ଆମେ ମହାନ୍‌ ବ୍ୟକ୍ତିତ୍ୱଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାର ମୂଳ ଉଦ୍ଦେଶ୍ୟ ହେଲା ଏହା ଆଗାମୀ ପିଢ଼ିକୁ ପ୍ରେରଣା ଦେବ। ମ୍ୟୁଜିୟମରେ ମୋଟ ୪୩ଟି ପ୍ରତିମୂର୍ତ୍ତି ଇତିମଧ୍ୟରେ ସ୍ଥାପିତ ହୋଇସାରିଛି। ନିକଟରେ ସ୍ବାମୀ ବିବେକାନନ୍ଦଙ୍କ ଏକ ମହମ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri