ସ୍ଥାନାନ୍ତର ହେବ ମାଛ ମାର୍କେଟ

ଛତ୍ରପୁର,୧୮।୧୧( ଦିଲ୍ଲୀପ ସାମଲ): ଛତ୍ରପୁର ବାଳିକା ବିଦ୍ୟାଳୟ ରୋଡ ଏବଂ ଅନ୍ୟାନ୍ୟ ସ୍ଥାନରେ ଥିବା ଆମିଷ ମାର୍କେଟ ହଟିବ। ଏନେଇ ଶୁକ୍ରବାର ଏନଏସି କାର୍ଯ୍ୟାଳୟରେ ବ୍ୟବସାୟୀ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ନୂଆବସଷ୍ଟାଣ୍ଡ ନିକଟରେ ଏକ ଆମିଷ ମାର୍କେଟ କରାଯିବ ବୋଲି ବୈଠକରେ ନିଷ୍ପତି ହୋଇଛି। ଏନେଇ ୭୦ ଲକ୍ଷ ବ୍ୟୟ ଅଟକଳ ରହିଛି। ସେଠାରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ରହିବ। ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଆମିଷ ମାର୍କେଟ ଓ ପନିପରିବା ମାର୍କେଟ ପାଇଁ ଟ୍ରାଫିକ ସମସ୍ୟା ସହ ନାନା ପ୍ରକାରର ଅସୁବିଧା ହେଉଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ସ୍ଥାନରେ କେବଳ ପନିପରିବା ବଜାର ରହିବ, କିନ୍ତୁ ରାସ୍ତା ଉପରେ କେହି ବସିବେ ନାହିଁ। ଆମିଷ ବଜାର ଏଠାରୁ ହଟି ଛତ୍ରପୁର ନୂଆବସଷ୍ଟାଣ୍ଡରେ କରାଯିବ। ତେବେ ବୈଠକରେ ଆମିଷ ବଜାରର ବ୍ୟବସାୟୀ ପ୍ରଶାସନ ନିକଟରେ କିଛି ସର୍ତ୍ତ ରଖିଥିଲେ। ଛତ୍ରପୁର ଏନଏସିରେ କୌଣସି ସ୍ଥାନରେ ଆମିଷ ଦୋକାନ ଖୋଲିବେ ନାହିଁ। କେବଳ ଗୋଟିଏ ସ୍ଥାନରେ ଆମିଷ ଦୋକାନ ଖୋଲାଯିବ। ସେ ଉପରେ ଏନଏସି ପ୍ରଶାସନ ଦୃଷ୍ଟି ଦେବା ସହ ଲିଖିତ ଭାବେ ଦେବାକୁ କହିଥିଲେ। ଏନଏସି ପ୍ରଶାସନ ଆଗାମୀ ଦିନରେ ଛତ୍ରପୁର ଏନଏସି ଯେଉଁସବୁ ସ୍ଥାନରେ ଆମିଷ ବିକ୍ରି କରୁଛନ୍ତି ସେମାନଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି। ଏହି ବୈଠକ ରେ ପ୍ରୋବେସନାଲ ଆଇଏଏସ ଅଧିକାରୀ ସମୀର ଜେନା, ଛତ୍ରପୁର ଏନଏସି ଅଧିକାରୀ ସମ୍ବିତ ସଂଗ୍ରାମଜିତ ସାହୁଙ୍କ ସମେତ ବହୁ ଆମିଷ ବ୍ୟବସାୟୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ଆଗ୍ରହ ବଢୁଛି: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri