Posted inଜାତୀୟ

‘୩ ଡିସେମ୍ବର-କଂଗ୍ରେସ ଛୁମନ୍ତର’: ଭାରତପୁରରେ ଅଶୋକ ଗେହଲୋଟଙ୍କୁ କଟାକ୍ଷ କରି ନୂଆ ନାରା ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନ ବିଧାନସଭା ନିର୍ବାଚନ ୨୦୨୩ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ମଙ୍ଗ ଧରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ବିଜୟ ସଂକଳ୍ପ ଯାତ୍ରାକୁ ସମ୍ବୋଧିତ କରିବାକୁ ଭରତପୁର ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ‘ଭରତ ମାତା’ ଜୟଜୟକାର ଲଗେଇ ଖୁସିରେ ତାଙ୍କର ସମ୍ବୋଧନ ଆରମ୍ଭ କରିଥିଲେ।

ସେ ତାଙ୍କ ସମ୍ବୋଧନରେ କହିଛନ୍ତି ଯେ ବର୍ତ୍ତମାନଠାରୁ ଏକ ସପ୍ତାହ ରାଜସ୍ଥାନରେ ଭୋଟ୍ ଗ୍ରହଣ ଚାଲିବ। ସବୁ ଆଡେ କେବଳ ଗୋଟିଏ କଥା ଶୁଣିବାକୁ ମିଳୁଛି, ଏହା ହେଉଛି ଲୋକଙ୍କ ଆହ୍ୱାନ, ବିଜେପି ସରକାର ପୁଣିଥରେ ଆସୁଛି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। କହିଥିଲେ, ‘ଏଠାରେ କିଛି ଲୋକ ନିଜକୁ ଯାଦୁଗର ବୋଲି କହୁଛନ୍ତି। ଏବେ ରାଜସ୍ଥାନର ଲୋକମାନେ ତାଙ୍କୁ ଆଜି କହୁଛନ୍ତି ‘୩ ଡିସେମ୍ବର କଂଗ୍ରେସ ଛୁଁମନ୍ତର’।

ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସମ୍ବୋଧନ ରାଜସ୍ଥାନ ବିଜେପିକୁ ଅଭିନନ୍ଦନ ଜଣାଇବା ସହ ଦଳର ସଂକଳ୍ପ ପତ୍ରକୁ ପ୍ରଶଂସା କରିଛନ୍ତି। ବିଜେପିର ସଂକଳ୍ପରେ ଦିଆଯାଇଥିବା ପ୍ରତିଶ୍ରୁତିଗୁଡିକୁ ଦୋହରାଇ ସେ କହିଛନ୍ତି ଯେ ସେଗୁଡିକ ପୂରଣ କରିବା ପାଇଁ ଆମେ ଯଥାସମ୍ଭବ ଚେଷ୍ଟା କରିବୁ। ସେ କହିଛନ୍ତି ଯେ ଏହି ପ୍ରତିଶ୍ରୁତି ପୂରଣ ହେବ, ଏହା ମଧ୍ୟ ମୋଦିଙ୍କ ଗ୍ୟାରେଣ୍ଟି।

ଜୟପୁରର ଲକରମାନଙ୍କଠାରୁ ସୁନା ଓ କଳା ଟଙ୍କା ପ୍ରତ୍ୟାହାର ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ। ସେ କହିଛନ୍ତି ଯେ ମୋଦି ତାଙ୍କ ଲକର ଖୋଲୁଥିବାରୁ ସେ ନିଦ ହରାଇଛନ୍ତି। ଏହି କଳା ଟଙ୍କା ରାଜସ୍ଥାନର ଲୋକଙ୍କୁ ପ୍ରତାରଣା କରି ଅର୍ଜନ କରିଛନ୍ତି। ‘ଲାଲ ଡାଏରୀ’ ବିଷୟରେ ଉଲ୍ଲେଖ କରି ସେ ପୁଣି ଅଶୋକ ଗେହଲୋଟଙ୍କୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri